ମଦ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ହାତୀଓଟ,୧ା୧୧- ପୋଲସରା ବ୍ଲକ ମନ୍ଦାର ପଞ୍ଚାୟତର ମାଳତୀବାଡି ଗ୍ରାମରେ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗୁରୁବାର ଗ୍ରାମର ଏସ୍‌ଏଚ୍‌ଜି ମହିଳାମାନେ ମନ୍ଦାର – ଆସିକା ମୂଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ପ୍ରକାଶ ଯେ, ଦୁଇଦିନତଳେ ଗ୍ରାମର ୮ଟି ଏସ୍‌ଏଚ୍‌ଜି ଗ୍ରୁପ୍‌ ଗ୍ରାମରେ ବେଆଇନ୍‌ ମଦ ବିକ୍ରକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତ୍ତି ନେଇ ଦସ୍ତଖତ ନିଆଯାଇଥିଲା। ଗୁରୁବାର ଗ୍ରାମର ସମସ୍ତ ପୁରୁଷ ଓ ମହିଳା ମିଶି ମଦ ବନ୍ଦକୁ ନେଇ ବିକ୍ଷୋଭ ସହ ରାସ୍ତା ଅବରୋଧ କରିଥିଲେ। ସ୍ଥାନୀୟ ସରପଞ୍ଚ କାଳୀଚରଣ ନାୟକଙ୍କ ଘରକୁ ଯାଇ ତାଙ୍କ ଦସ୍ତଖତ ମଧ୍ୟ ସଂଗ୍ରହ କରାଯାଇଥିଲା। ଏନେଇ ମହିଳାମାନେ କହିଛନ୍ତି ଗ୍ରାମରେ ମଦ ବିକ୍ରିକୁ ନେଇ ସର୍ବଦା ଅଶାନ୍ତି ଲାଗି ରହୁଛି। ତେଣୁ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତି ନେଇ ପ୍ରତିବାଦ କରିଲୁ ବୋଲି କହିଛନ୍ତି। ଏନେଇ ଏକ ଦାବିପତ୍ର ପୋଲସରା ଥାନା, ଗଞ୍ଜାମ ଜିଲାପାଳ ଓ ଅବକାରୀ ବିଭାଗ କବିସୂର୍ଯ୍ୟନଗର କାର୍ଯ୍ୟାଳୟକୁ ପଠାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ 

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri