Posted inଜାତୀୟ

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଲଦାଖ ରାଜଧାନୀ ଲେହରେ ରାଧାକୃଷ୍ଣ ମାଥୁର ଓ ଶ୍ରୀନଗରରେ ଗିରୀଶ ଚନ୍ଦ୍ର ମୁର୍ମୁ ଉପରାଜ୍ୟପାଳ(ଏଲ୍‌ଜି) ଭାବେ ଶପଥ ନେଇଛନ୍ତି।
ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଲେହସ୍ଥିତ ସିନ୍ଧୁ ସଂସ୍କୃତି ଅଡିଟୋରିୟମରେ ୧୯୭୭ ବ୍ୟାଚ୍‌ର ତ୍ରିପୁରା କ୍ୟାଡର ଆଇଏଏସ୍‌ ଅଫିସର ତଥା ପୂର୍ବତନ ପ୍ରତିରକ୍ଷା ସଚିବ ମାଥୁରଙ୍କୁ ଉପରାଜ୍ୟପାଳ ଭାବେ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଲେହ ଓ କାର୍‌ଗିଲ ପାର୍ବତ୍ୟାଞ୍ଚଳ ପରିଷଦର ଅଫିସର, ସେନା ଓ ଅର୍ଦ୍ଧସାମରିକ ବାହିନୀ, ଧାର୍ମିକ ନେତା ଓ ସାଧାରଣ ଜନତା ଉପସ୍ଥିତ ଥିଲେ। ପରେ ମୁଖ୍ୟ ବିଚାରପତି ଶ୍ରୀନଗର ଯାଇ ରାଜ ଭବନରେ ମୁର୍ମୁଙ୍କୁ ଶପଥ ପାଠ କରାଇଥିଲେ। ଓଡ଼ିଶା ଜନ୍ମିତ ଗିରୀଶ ମୁର୍ମୁ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର। ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟରତ ଥାଇ ଉପରାଜ୍ୟପାଳ ନିଯୁକ୍ତି ପାଇବାରେ ସେ ହେଉଛନ୍ତି ସମ୍ଭବତଃ ପ୍ରଥମ ଅଫିସର। ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ ସଚିବ ଥିବା ମୁର୍ମୁଙ୍କର ଚଳିତ ମାସ ଶେଷରେ କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ତାଙ୍କୁ ଉପରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ମୁଖ୍ୟ ସଚିବ ବି.ଭି.ଆର୍‌. ସୁବ୍ରମଣ୍ୟମ୍‌ ମୁର୍ମୁଙ୍କ ନିଯୁକ୍ତି ସମ୍ପର୍କରେ ଘୋଷଣା କରିଥିଲେ। ଶପଥ ଗ୍ରହଣ ଉତ୍ସବରେ ଭାଜପା ଲୋକ ସଭା ସଦସ୍ୟ ଯୁଗଳ କିଶୋର ଓ ରାଜ୍ୟ ସଭା ସଦସ୍ୟ ତଥା ପିଡିପି ସଭ୍ୟ ନାଜିର ଲଓ୍ବେଙ୍କ ସମେତ ୨୫୦ରୁ ଊର୍ଦ୍ଧ୍ୱ ଅତିଥି ଯୋଗଦେଇଥିଲେ। ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ଗିରୀଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଅତି ଘନିଷ୍ଠ ଭାବେ ଜଣାଶୁଣା। ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀ ଥିଲାବେଳେ ଗିରୀଶ ତାଙ୍କର ଅତିରିକ୍ତ ପ୍ରମୁଖ ସଚିବ ଥିଲେ।
ଜମ୍ମୁ-କଶ୍ମୀର ରାଷ୍ଟ୍ରପତି ଶାସନାଧୀନ ଥିବାରୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉପରାଜ୍ୟପାଳଙ୍କ ଜରିଆରେ କେନ୍ଦ୍ରର ପ୍ରତ୍ୟକ୍ଷ ଶାସନାଧୀନ ରହିବ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏନେଇ ଗୁରୁବାର ସକାଳେ ଦୁଇଟି ଅଲଗା ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରଥମ ଥର ଲାଗି ଗୋଟିଏ ରାଜ୍ୟ ଦୁଇଭାଗ ହୋଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହୋଇଛି। ଫଳରେ ରାଜ୍ୟ ସଂଖ୍ୟା ୨୮କୁ ହ୍ରାସ ପାଇବା ସହ କେନ୍ଦ୍ରଶାସିତ ଅଞ୍ଚଳ ସଂଖ୍ୟା ୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri