ଗୃହ କାର୍ଯ୍ୟାଦେଶ ବିଲ୍‌ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ

କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍‌ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ ଏ ସମ୍ପର୍କିତ ଫୋନ୍‌ ରେକର୍ଡିଂ ଲାଗିଛି ଗଣମାଧ୍ୟମ ହାତରେ। ଅନ୍ୟପଟେ ରେକର୍ଡିଂ ଶୁଣିବା ପରେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ବିଡିଓ ବିକାଶ କୁମାର ମହାନ୍ତି।
ସୋଗରପାଟଣା ସାହିର ଦିବ୍ୟାଙ୍ଗ ହିମାଂଶୁ ସ୍ବାଇଁଙ୍କ ସ୍ତ୍ରୀ ରଶ୍ମିତା ଅଭିଯୋଗ କରିଛନ୍ତି ଯେ, ଆବାସ ଯୋଜନା ଗୃହ ନିର୍ମାଣ ସମ୍ପର୍କିତ ଶେଷ କିସ୍ତି ବିଲ୍‌ ପାଇଁ ସେ ନିର୍ବାହୀ ଅଧିକାରୀ (ପିଇଓ) ସୁଶାନ୍ତି ସେଠୀ ସହ ଫୋନ୍‌ରେ କଥାବାର୍ତ୍ତା ହୋଇଥିଲେ। ଏଥିପୂର୍ବରୁ ବିଲ୍‌ କରାଇ ଦେବାକୁ ତାଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନିଆଯାଇଥିଲା। ସେଥିରୁ ୨ହଜାର ଟଙ୍କା ଏବିଡିଓଙ୍କୁ ଦିଆଯାଇଥିବା ପିଇଓଙ୍କ ସ୍ବାମୀ ମଧ୍ୟସ୍ଥ ସାଜି ଫୋନ୍‌ରେ କହିଥିଲେ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ହିତାଧିକାରୀ ୨ଟି କିସ୍ତିରେ ୫୦ ହଜାର ଟଙ୍କା ସରକାରଙ୍କଠାରୁ ପାଇଛନ୍ତି। ଅଥଚ ତାଙ୍କୁ ଅଦ୍ୟାବଧି କାର୍ଯ୍ୟାଦେଶ ପ୍ରଦାନ କରାଯାଇନାହିଁ। ଏ ସମ୍ପର୍କରେ ପଚାରିବାରେ ଗ୍ରାମର ଅନ୍ୟ ୫ଜଣ କାର୍ଯ୍ୟାଦେଶ ନ ପାଇ ଛାତ ପକାଇଲେଣି। ଏଥିପାଇଁ ବ୍ୟସ୍ତ ହେବା ଦରକାର ନାହିଁ। କାର୍ଯ୍ୟାଦେଶ ଦିଆଯିବ ବୋଲି କହୁଛନ୍ତି। ରଶ୍ମିତା କରଜ ଆଣି ଘର ତିଆରି କରୁଥିବା କହିଥିବାବେଳେ ବିଲ୍‌ ନ କରିବା ପାଇଁ ଚାପ ପଡୁଛି ବୋଲି ନିର୍ବାହୀ ଅଧିକାରୀ କହୁଛନ୍ତି। ଏ ସମ୍ପର୍କିତ ସମସ୍ତ କଥାବାର୍ତ୍ତା ମୋବାଇଲ ଫୋନ୍‌ରେ ରେକର୍ଡିଂ ହୋଇଛି, ଯାହାକୁ ଗଣମାଧ୍ୟମ ପ୍ରତିନିଧିଙ୍କ ସହାୟତାରେ ରଶ୍ମିତା ବିଡିଓଙ୍କୁ ଶୁଣାଇଛନ୍ତି।
ଏ ନେଇ ପିଇଓଙ୍କ ମୋବାଇଲ (ନଂ.୮୦୧୮୨୫୮୧୦୦)ରେ ଯୋଗାଯୋଗ କରିବାରୁ ସେ କହିଲେ, ଅଭିଯୋଗ ଆଣିଥିବା ହିତାଧିକାରୀ ଘର କରୁଥିବା ଜମିକୁ ନେଇ ବିବାଦ ଅଛି। ତେଣୁ ଫାଇନାଲ ବିଲ୍‌ କରିବାରେ ବିଳମ୍ବ ହେଉଛି। ହିତାଧିକାରୀ ଆଣିଥିବା ଅଭିଯୋଗ ମିଥ୍ୟା। ରେକର୍ଡ ହୋଇଥିବା ଭଏସ୍‌ ତାଙ୍କର ନୁହେଁ ବୋଲି ପିଇଓ ନିଜ ପକ୍ଷ ରଖି କହିଛନ୍ତି।
ଅଭିଯୋଗ ସମ୍ପର୍କରେ ଏବିଡିଓ ସୁରେଶ ସାହୁଙ୍କୁ ପଚାରିବାରେ ସେ ଏଥିରେ ସମ୍ପୃକ୍ତ ନ ଥିବା ସ୍ପଷ୍ଟୀକରଣ ରଖିଛନ୍ତି। ଏଥିସହ ସମସ୍ତ ତଦନ୍ତର ସାମ୍ନା କରିବାକୁ ପ୍ରସ୍ତୁତ ଥିବା କହିଛନ୍ତି। ସେହିପରି ରେକର୍ଡିଂ ଶୁଣିବା ପରେ ବିଡିଓ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏ ନେଇ ନିର୍ବାହୀ ଅଧିକାରୀଙ୍କୁ ଡାକି ତଦନ୍ତ କରିବେ। ତା’ ସହ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri