ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍‌ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ କଂଗ୍ରେସ ରାସ୍ତାକୁ ଓହ୍ଲାଇଛି। ଏହି ଘଟଣାର ସିବିଆଇ ତଦନ୍ତ ଦାବି ମଧ୍ୟ କରିଛି। ଖୋଦ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ଘଟଣାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି। ନିରଞ୍ଜନଙ୍କ ଅଧ୍ୟକ୍ଷତାରେ ଗୁରୁବାର ସ୍ମିତାରାଣୀଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା କରାଯାଇଥିଲା। ଏହି ଅବସରରେ ନିରଞ୍ଜନ କହିଛନ୍ତି, ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ଶାସକ ଦଳ ସଦସ୍ୟ। ସେଥିଲାଗି ଅଭିଯୁକ୍ତକୁ ବଞ୍ଚାଇବାକୁ ଏହି ହତ୍ୟାକାଣ୍ଡକୁ ଆତ୍ମହତ୍ୟା ରୂପ ଦେବାର ଚେଷ୍ଟା କରାଯାଉଛି। ଘଟଣାର ଉଚିତ ତଦନ୍ତ ହେବା ଦରକାର। ଯଦି ସ୍ମିତାରାଣୀଙ୍କୁ ଆତ୍ମହତ୍ୟା କରିବାର ଥିଲା ତେବେ ସେ ଗେଷ୍ଟହାଉସକୁ କାହିଁକି ଗଲେ। ତାଙ୍କୁ ଗେଷ୍ଟ ହାଉସ ଡକାଯାଇ କିଛି ଅଘଟଣ ଜାଣିଶୁଣି କରାଯାଇଛି। ଯଦି ସେଠାରେ ସେ ଆତ୍ମହତ୍ୟା କଲେ ତେବେ ସଙ୍ଗେସଙ୍ଗେ ପୋଲିସକୁ ଟେଲିଫୋନ କରିବାର ଥିଲା। ସେମିତି ନ କରି ପୋଲିସ ଆସିବା ଆଗରୁ କାହିଁକି ହସ୍ପିଟାଲ ନିଆଗଲା ବୋଲି ନିରଞ୍ଜନ ପ୍ରଶ୍ନ କରିଛନ୍ତି। ଏହି ଘଟଣାରେ ନିରଞ୍ଜନଙ୍କ ଅଧ୍ୟକ୍ଷତାରେ ପିସିସିର ଏକ କମିଟି ପୀଡିତାଙ୍କ ପରିବାର ପାଇଁ ନ୍ୟାୟ ଦାବିରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ପିସିସି ପକ୍ଷରୁ ଏକ ତଥ୍ୟ ଅନୁଧ୍ୟାନ କମିଟି ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଅଧ୍ୟକ୍ଷତାରେ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ସେଠାର ସ୍ଥାନୀୟ ଜିଲା ଆରକ୍ଷୀ ଅଧୀକ୍ଷକ ଓ ପରିବାରବର୍ଗଙ୍କୁ ସାକ୍ଷାତ କରି ନିରପେକ୍ଷ ତଦନ୍ତ ସହ ପରିବାରବର୍ଗଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦେବା ପାଇଁ କଂଗ୍ରେସ ପକ୍ଷରୁ ଦାବି କରାଯାଇଥିଲା। ଯଦି ଘଟଣାର ନିରପେକ୍ଷ ତଦନ୍ତ କରିବାରେ ବିଳମ୍ବ ହୁଏ ତେବେ ରାଜ୍ୟରେ କଂଗ୍ରେସ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରିବ ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri