Posted inଜାତୀୟ

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ ହରାଇ ବେଘର ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାରଠାରୁ ଏଠାରେ ବର୍ଷା ଲାଗି ରହିଛି। ଏହାଦ୍ୱାରା ଉତ୍ତର ତ୍ରିପୁରା, ଉନାକୋଟି ଏବଂ ଧାଲାଇ ଜିଲାରେ ଅଧିକ କ୍ଷୟକ୍ଷତି ହୋଇଛି। ପୀଡିତଙ୍କୁ ଉଦ୍ଧାର କରି ଅସ୍ଥାୟୀ ଆଶ୍ରୟସ୍ଥଳରେ ରକାଯାଇଥିବା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ଶରତ ଦାସ ସୂଚନା ଦେଇଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଏବଂ ଥଇଥାନ କାର୍ଯ୍ୟ ଜାରି ରହିଥିବା ସେ କହିଛନ୍ତି। ମୋଟ ୭୩୯ ଲୋକଙ୍କୁ ବିଭିନ୍ନ ଆଶ୍ରୟସ୍ଥଳରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଉନାକୋଟି ଜିଲାର ୩୫୮ ଜଣଥିବାବେଳେ ଉତ୍ତର ତ୍ରିପୁରାର ୩୮୧ ଜଣ ଅଛନ୍ତି। ପ୍ରବଳ ବର୍ଷାରେ ଏକ ହଜାର ୩୯ଟି ବାସ ଗୃହ ଭାଙ୍ଗି ଯାଇଥିବା ରାଜ୍ୟ ପ୍ରଶାସନ କହିଛି। ଉଦ୍ଧାର କାର୍ଯ୍ୟରେ ୪୦ଟି ବୋଟ୍‌କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri