କୁଆମରାରେ ହାତୀ ଉପଦ୍ରବ

କୁଆମରା,୨ା୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ ଗୁରୁବାର ରାତିରେ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବା ଯୋଗୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ହାତୀପଲ ପ୍ରଥମେ କୁଆମରା ପଞ୍ଚାୟତର କଡଦା ଅଞ୍ଚଳରେ ପ୍ରବେଶ କରିଥିଲେ। ପରେ ସାଇଁକୁଳା ପଞ୍ଚାୟତର କଣ୍ଟିସାହି ଅଞ୍ଚଳକୁ ଯାଇ ଏକ ପୋଖରୀ ହୁଡାରେ ଅଟକିଥିଲେ। ସକାଳେ କିଛି ଚାଷ ଜମିରେ ପଶିବା ଯୋଗୁଁ ଥୋଡ ବାହାରୁ ଥିବା ଧାନ ଗଛ ଖାଇ ନଷ୍ଟ କରିଛନ୍ତି। ଚାଷୀମାନେ ହାତୀ ପଲକୁ ଘଉଡାଇବା ଯୋଗୁଁ ସେମାନେ ନୀଳଗିରି ବ୍ଲକ ତିନିଦେଶ ଅଞ୍ଚଳକୁ ପଳାଇ ଯାଇଥିଲେ। ମାତ୍ର ସେଠାରୁ ପୁଣି ଦିନ ୧୨ଟା ବେଳକୁ ଉଦଳା-ବାଲେଶ୍ୱର ମୁଖ୍ୟ ରାସ୍ତା ଦେଇ କୁଆମରା ଅଞ୍ଚଳ ଚାଷ ଜମିକୁ ଲେଉଟି ଥିଲେ। ହାତୀପଲ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ରହିଥିବାରୁ ଉଦଳା ଓ ନୀଳଗିରି ବନବିଭାଗ କର୍ମଚାରୀ ଖବରପାଇ ସେଠାରେ ପହଞ୍ଚି ସେମାନଙ୍କ ଗତିବିଧିକୁ ଲକ୍ଷ୍ୟ କରିଥିଲେ। ପରେ ସେମାନଙ୍କୁ ନୀଳଗିରି ଅଞ୍ଚଳକୁ ଘଉଡାଇ ଦେଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ହାତୀପଲ କୁଆମରା ଅଞ୍ଚଳକୁ ଲେଉଟି ଥିବା ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri