ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ଅଧିବେଶନ: ଦକ୍ଷ ହେବେ ସ୍କୁଲ୍‌, କଲେଜ ବିଜ୍ଞାନ ଶିକ୍ଷକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ବିଜ୍ଞାନ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ସ୍ବତନ୍ତ୍ର ତାଲିମ ଦେବେ ରାଜ୍ୟ ସରକାର। ରାଜ୍ୟରେ କାର୍ଯ୍ୟରତ ସ୍କୁଲ ଓ କଲେଜର ବିଜ୍ଞାନ ଶିକ୍ଷକ ଓ ଅଧ୍ୟାପକଙ୍କୁ ଉଚ୍ଚତର ତଥା ଗୁଣାତ୍ମକ ତାଲିମ ଦେବା ନିମନ୍ତେ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ। ବେଙ୍ଗାଲୁରୁସ୍ଥିତ ଜାତୀୟ ବିଜ୍ଞାନ ପ୍ରତିଷ୍ଠାନ ଓଡ଼ିଶାର ବିଜ୍ଞାନ ଶିକ୍ଷକଙ୍କୁ ଏହି ତାଲିମ ପ୍ରଦାନ କରିବ। ଏ ନେଇ ପ୍ରାରମ୍ଭିକ ଆଲୋଚନା ଶେଷ ହୋଇଥିବା ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି।
ଶୁକ୍ରବାର ପୂର୍ବାହ୍ନରେ ନୂଆଦିଲ୍ଲୀସ୍ଥିତ କେନ୍ଦ୍ର ବିଜ୍ଞାନ ଓ ଶିଳ୍ପ ଗବେଷଣା ପରିଷଦ ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ ଓଡ଼ିଶା ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ସାଧାରଣ ଅଧିବେଶନରେ ଯୋଗଦେଇ ମନ୍ତ୍ରୀ ପଣ୍ଡା କହିଲେ, ବିଜ୍ଞାନ ଶିକ୍ଷା ଓ ଗବେଷଣାକୁ ଆହୁରି ବ୍ୟାପକ କରିବା ନିମନ୍ତେ କେନ୍ଦ୍ର ସରକାର ଅଧିକ ପ୍ରୋତ୍ସାହନମୂଳକ ପଦକ୍ଷେପ ହାତକୁ ନେବା ଆବଶ୍ୟକ। ରାଜ୍ୟଗୁଡ଼ିକରେ ଅଧିକ ବିଜ୍ଞାନଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ କେନ୍ଦ୍ର ପ୍ରଯତ୍ନ ହେବାକୁ ସେ କହିଥିଲେ। ରାଜ୍ୟ ସରକାର ଜୀବବିଜ୍ଞାନ ପ୍ରତିଷ୍ଠାନର ଇନ୍‌କ୍ୟୁବେଶନ ସେଣ୍ଟର ପ୍ରତିଷ୍ଠା ନିମନ୍ତେ ୨ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ଉତ୍ତର-ପୂର୍ବାଞ୍ଚଳର ବୈଜ୍ଞାନିକ ତଥା ବୈଷୟିକବିତ୍‌ଙ୍କ ନିମନ୍ତେ ତାଲିମ ପ୍ରତିଷ୍ଠାନର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ମନ୍ତ୍ରୀ ପଣ୍ଡା ସୂଚନା ଦେଇଥିଲେ।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ କାରିଗରି ତଥା ଭୂବିଜ୍ଞାନ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏହି ଅଧିବେଶନରେ ପୌରୋହିତ୍ୟ କରିଥିଲେ। ମନ୍ତ୍ରୀ ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଓଡ଼ିଶା ଜୀବବିଜ୍ଞାନ ପ୍ରତିଷ୍ଠାନର କାର୍ଯ୍ୟଧାରାକୁ ଅଧିକ ସକ୍ରିୟ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ଜଣାଇଥିଲେ। ପରିଚାଳନା ପରିଷଦର ବିଗତ ବୈଠକଗୁଡ଼ିକରେ ଆଗତ ପ୍ରସ୍ତାବଗୁଡ଼ିକ ମଧ୍ୟ ଏଠାରେ ଗୃହୀତ ହୋଇଥିଲା। କେନ୍ଦ୍ର ବିଜ୍ଞାନ ଓ କାରିଗରି ମନ୍ତ୍ରଣାଳୟର ବାୟୋଟେକ୍ନୋଲୋଜି ବିଭାଗ ସଚିବ ତଥା ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନର ପରିଚାଳନା ମଣ୍ଡଳୀ ଅଧ୍ୟକ୍ଷ ଡ. ରେଣୁ ସ୍ବରୂପ ବିବରଣୀ ପ୍ରଦାନ କରିଥିଲେ। ପ୍ରତିଷ୍ଠାନ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri