ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ ପାଇଥିବା କଣ୍ଟ୍ରି ରିପୋର୍ଟ ଅନ୍‌ ଟେରୋରିଜିମ୍‌-୨୦୧୮ ରିପୋର୍ଟରେ ଏହା ସୂଚିତ ହୋଇଛି। ପାକିସ୍ତାନରେ ଆଫଗାନିସ୍ତାନର ତାଲିବାନ୍‌ ତଥା ହକ୍କାନି ଆତଙ୍କବାଦୀ ସଂଗଠନ ଦ୍ୱାରା ଭର୍ତ୍ତି କାର୍ଯ୍ୟକ୍ରମ ଓ ତାଲିମ୍‌ ଜାରି ରହିଛି। ପାକିସ୍ତାନର ରାଜନୈତିକ ନେତା ତାଲିବାନ୍‌ ଆତଙ୍କବାଦୀ ସଂଗଠନକୁ ଖୋଲାଖୋଲି ସମର୍ଥନ ଦେଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ ଜୁଲାଇରେ ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ ମିଲ୍ଲି ମୁସଲିମ୍‌ ଲିଗ୍‌ ଗଠନ କରି ନିର୍ବାଚନ ମଧ୍ୟ ଲଢ଼ିଥିବା ରିପୋର୍ଟରେ ଦର୍ଶାଯାଇଛି। ଇତିମଧ୍ୟରେ ପାକିସ୍ତାନରେ ସକ୍ରିୟ ଥିବା ଲଶ୍ମର-ଇ-ତୋଏବା, ଜୈଶ୍‌-ଇ-ମହମ୍ମଦ୍‌ ଏବଂ ଜମାତ୍‌-ଉଦ୍‌-ଦାଓ୍ବା ଆତଙ୍କବାଦୀ ସଂଗଠନର ପାଣ୍ଠି ସଂଗ୍ରହ ଲଗାତାର ବଢୁଥିବା ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri