Posted inଜାତୀୟ

୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର

ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍‌କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ ନଭେମ୍ବର ୧୬ ସୁଦ୍ଧା ଅଯୋଧ୍ୟା ମାମଲା ସହିତ ସାବରିମାଲା, କେନ୍ଦ୍ର ସରକାରଙ୍କ ରାଫାଲ୍‌ ଡିଲ୍‌ ଏବଂ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ସୂଚନା ଅଧିକାର ଆଇନ ପରିସର ଭୁକ୍ତ ମାମଲା ଆଦିର ରାୟ ଆସିବାର ସମ୍ଭାବନା ରହିଛି। ୧୮୫୮ଠାରୁ ଅଯୋଧ୍ୟା ମାମଲା ଦେଶର ସାମାଜିକ-ଧାର୍ମିକ କ୍ଷେତ୍ର ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହୋଇ ଉଠିଛି। ସେହିପରି ସାବରୀମାଲାରେ ୧୦ରୁ ୫୦ ବର୍ଷ ବୟସ୍କ ମହିଳା ପ୍ରବେଶ ଅନୁମତି ଦେବା ମାମଲାରେ ୬୫ଟି ଆବେଦନ ଦାଖଲ ହୋଇଥିଲା। ସୁପ୍ରିମ୍‌କୋର୍ଟର ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ରାୟ ସଂରକ୍ଷିତ ରଖିଥିଲେ। ୨୦୧୮ ସେପ୍ଟେମ୍ବର ୨୮ରେ ପୁନର୍ବିଚାର ଲାଗି ୫୭ଟି ଆବେଦନ ଦାଖଲ ହୋଇଥିଲା। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ସୂଚନା ଅଧିକାର ଆଇନ ପରିସର ଭୁକ୍ତ ହେବେ କି ନାହିଁ ବୋଲି ପ୍ରଶ୍ନ କରି ଆରଟିଆଇ କର୍ମୀ ସୁଭାଷ ଚନ୍ଦ୍ର ଅଗ୍ରଓ୍ବାଲ ଏକ ଆବେଦନ ଦାଖଲ କରିଥିଲେ। ଫ୍ରାନ୍ସ ଠାରୁ ୩୬ ରାଫାଲ୍‌ ଯୁଦ୍ଧ ବିମାନ କିଣିବାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଏକ ମାମଲା ଦାଖଲ କରାଯାଇଥିଲା। ମେ ୧୦ରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri