ଘାରିଛି ରେକର୍ଡ ନିଶା: ୩୦୦ ମିଟର ହାତରେ ଚାଲିଲେ ଯୁବକ

ଖୋର୍ଦ୍ଧା ଅଫିସ,୩।୧୧:ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅସରଳା ପଞ୍ଚାୟତ ମାଗୁରା ଗଁାର ସୌଭାଗ୍ୟ ବରାଡ ରେକର୍ଡ କରିବା ପାଇଁ ୩୦୦ ମିଟର ହାତରେ ଚାଲିଛନ୍ତି। ଆଗକୁ ଅଧିକ ଚାଲିବାର ଲକ୍ଷ୍ୟ ରଖିଛନ୍ତି। ଲିମକା, ଗ୍ରିନିଜ ରେକର୍ଡରେ ତାଙ୍କ ନଁା ସ୍ଥାନ ପାଉ। ନିଜ ଗଁା ଓ ଜିଲାକୁ ସମସ୍ତେ ଜାଣନ୍ତୁ। ଏଣୁ ସୌଭାଗ୍ୟ ଦୁଇବର୍ଷ ହେଲା ହାତରେ ଚାଲିବାର ଅଭ୍ୟାସ କରି ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ସୌଭାଗ୍ୟ ପାଠ ପଢ଼ିଛନ୍ତି ଇଲେକ୍ଟ୍ରିକାଲ ଡିପ୍ଲୋମା। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଚାକିରି କରିଛନ୍ତି। ଅବସର ସମୟକୁ ସେ ହାତରେ ରାସ୍ତା ଚାଲିବାର ନିଶାକୁ ସଫଳ କରିବାରେ ଲାଗିଛନ୍ତି। ବୟସ ତାଙ୍କର ୨୪। ବାପା ଜେଜେ ବାପାଙ୍କର ପାଇକ ଖେଳ ତାଙ୍କୁ ଏ ପ୍ରେରଣା ଦେଇଥିଲା। କାରଣ ପାଇକ ଖେଳର କଳା କୌଶଳ ସେ ଶିଖିଥିଲେ। ଅନ୍ୟପକ୍ଷେ ପିଲାଟି ଦିନରୁ କିଛି ନୂଆ କରି ରେକର୍ଡ କରିବାର ତାଙ୍କ ମନରେ ଉଙ୍କି ମାରୁଛି। ସେହି ରେକର୍ଡ ନିଶା ତାଙ୍କୁ ହାତରେ ଚାଲିବାର ବାଟ ଦେଖାଇଛି। ଆଶା ରଖିଛନ୍ତି ହାତରେ ଚାଲିବା ତାଙ୍କୁ ସଫଳତାର ଶ୍ରେୟ ଦେବ ବୋଲି ସୌଭାଗ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri