ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନର ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ସହାୟତା ରାଶି ପ୍ରଦାନରେ ଅନିୟମିତତା ଦେଖାଦେଇଛି। ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି । ଏ ନେଇ ମଙ୍ଗଳବାର ଜଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଶତାଧିକ କ୍ଷତିଗ୍ରସ୍ତ ପରିବାର ବିକ୍ଷୋଭ ପ୍ରଦର୍ଶନ କରଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି। କୌଣସି ଅଘଟଣକୁ ଦୃଷ୍ଟିରେ ରଖି ଆମ୍ବୁଲାନ୍ସ ଓ ଅଗ୍ନିଶମ ଗାଡ଼ି ମଧ୍ୟ ନିୟୋଜିତ କରାଯାଇଛି ।
ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜିଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି। ଘରଭଙ୍ଗା ସହାୟତାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ଓ ଗରିବ ହିତାଧିକାରୀଙ୍କୁ ଚିହ୍ନଟ କରି ସହାୟତା ପ୍ରଦାନ, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଓ ନୂତନ ଆବେଦନକୁ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏ ନେଇ ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ପାତ୍ର କୁହନ୍ତି, ଜିଲାରେ ଫନୀ ଘରଭଙ୍ଗା ସହାୟତାରେ ବ୍ୟାପକ ଅନିୟମିତତା କରାଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri