ବସ୍‌ କର୍ମଚାରୀଙ୍କୁ ଆକ୍ରମଣ, ୨ ଅଟକ

ଭଞ୍ଜନଗର,୪।୧୧(ଡି.ଏନ.ଏ)-ଭଞ୍ଜନଗର ବସ୍‌ଷ୍ଟାଣ୍ଡରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟାକଳାପ ବଢ଼ୁଛି। କେତେବେଳେ ଘରୋଇ ବସ୍‌ ଆଗପଛ ଯିବାକୁ ନେଇ କର୍ମଚାରୀ- କର୍ମଚାରୀ ମଧ୍ୟରେ ବିବାଦ ହେଉଛି ତ ଆଉ କେତେବେଳେ ବସ୍‌ରୁ ଅତ୍ୟଧିକ ଚାନ୍ଦା ଆଦାୟକୁ ନେଇ ମାଲିକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି । ଗୁରୁବାର ଗାଲେରିରୁ ଏକ ବସ ଭଞ୍ଜନଗର ଆସୁଥିଲା। ବସ୍‌ଷ୍ଟାଣ୍ଡକୁ ବସ ଆସିବା ପରେ ସେଠାରେ ରହୁଥିବା କେତେଜଣ ଯୁବକ ହେଲ୍‌ପରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ହେଲପର ଥାନାରେ ରବିବାର ଅଭିଯୋଗ କରିଥିଲେ । ପୋଲିସ ସୋମବାର ଆକ୍ରମଣ କରିଥିବା ୨ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି । ଅନ୍ୟପକ୍ଷରେ ଏହି ବିବାଦ ଆଗାମୀ ଦିନରେ ବଢ଼ିବା ସମ୍ଭାବନା ରହିଛି । ତେଣୁ ପୋଲିସ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ଆବଶ୍ୟକ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri