Posted inଜାତୀୟ

ମହାରାଷ୍ଟ୍ରରେ ସରଗରମ ହେଉଛି ରାଜନୀତି: ରାଜ୍ୟପାଳଙ୍କୁ ଭେଟିବେ କଂଗ୍ରେସ-ଏନ୍‌ସିପି ନେତା

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି(ଭାଜପା) ତା ଜିଦ୍‌ରେ ଅଟଳ ରହିଥିବା ବେଳେ ଅନ୍ୟପଟେ ଶିବସେନା ମଧ୍ୟ ଜିଦ୍‌ରୁ ଓହରିବାକୁ ପ୍ରସ୍ତୁତ ନୁହେଁ। ଏପରି ପରିସ୍ଥିତିରେ ନୂଆ ସରକାର ଗଠନକୁ ନେଇ ଚାଲିଛି ମନ୍ଥନ। ଶିବସେନା ଏନ୍‌ସିପି ଓ କଂଗ୍ରେସକୁ ନେଇ ସରକାର ଗଠନ କରିବାକୁ ଚାହୁଁଥିବା ବେଳେ ଏମାନେ କିନ୍ତୁ ଶେଷ ପର୍ଯ୍ୟନ୍ତ ଅପେକ୍ଷା କରିଥିବା ଦେଖାଯାଇଛି। ସୋମବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। ଏହାପରେ ସେ କିନ୍ତୁ ସରକାର ଗଠନକୁ ନେଇ କିଛି ପ୍ରକାଶ କରି ନ ଥିଲେ। ସବୁ ତଥ୍ୟ ଯେମିତି କୋଲ୍ଡ ଷ୍ଟୋରରେ ରହିଯାଉଛି ଆଉ କୌଣସି ତଥ୍ୟ ସମାଧାନ ହୋଇ ପାରୁ ନାହିଁ। ମଙ୍ଗଳବାର ଏନ୍‌ସିପି ଓ ଏହାର ସହଯୋଗୀ କଂଗ୍ରେସ ଦଳ ରାଜ୍ୟପାଳଙ୍କୁ ଭେଟିବେ ବୋଲି କୁହାଯାଉଛି। ଏହାପରେ ସେମାନେ ଶିବସେନାକୁ ସମର୍ଥନ ଦେବେ କି ନା ତା’ ଉପରେ ସମସ୍ତଙ୍କ ନଜର। କାରଣ ସୋମବାର ଏହାକୁ ନେଇ ଦୁଇ ଦଳ ମଧ୍ୟରେ ଆଲୋଚନା ହୋଇଥିଲେ ବି କୌଣସି ତଥ୍ୟ ବାହାରକୁ ଆସିନାହିଁ। କୁହାଯାଉଛି କି ଏନ୍‌ସିପି ସିଧାସିଧା ଶିବସେନାକୁ ସହଯୋଗ କରିବ ଓ କଂଗ୍ରେସ ବାହାରେ ରହି ଏହାକୁ ସମର୍ଥନ କରିବ। ହେଲେ ଏହା କେତେଦୂର ଠିକ୍‌ ତାହା ଦିନେ ୨ ଦିନ ମଧ୍ୟରେ ଜଣାପଡିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri