ଖଜୁରିପଡା,୨୬।୫(ଡି.ଏନ୍.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍ଜିଏନ୍ଆର୍ଇଜିଏସ୍ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ କହଁର (୫୪)। ଏନେଇ ଲୋଚାପଡା ଥାନାରେ ନଂ.୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ସନ୍ୟାସୀ ଶନିବାର ସନ୍ୟାସୀଙ୍କର କୂଅ ଖୋଳା କାମ ଚାଲିଥିଲା। ସେ କୂଅ ଭିତରୁ ମାଟି କାଢୁଥିବାବେଳେ ଖସି ପଡିଥିଲେ। କୂଅ ଭିତରେ ଥିବା ପଥରରେ ମାଡ ହୋଇ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲା। ଦିନତମାମ ମୃତଦେହକୁ ରଖିବାପରେ ରାତି ପ୍ରାୟ ୧୨ରେ ଏକ ଓଟଗାଡି ଯୋଗେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ନିଆଯାଇଥିଲା। ଏହା ଏମ୍ଜିଏନ୍ଆର୍ଇଜିଏସ୍ କାମ ହୋଇଥିବାରୁ ଏନେଇ ଫୁଲବାଣୀ ବିଡ଼ିଓ ସୁବ୍ରତ କୁମାର ଜେନାଙ୍କୁ ପଚାରିବାରୁ ସେ କହିଲେ, ଘଟଣା ସତ୍ୟ, ରବିବାର ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


