ବେଣ୍ଟକାରପଡ଼ା ଛକ ନିକଟରେ ଆକ୍ଟିଭା-କାର୍‌ ଧକ୍କା: ଜଣେ ମୃତ, ଚାଳକ ଗିରଫ

ନରାଜ,୫।୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାର ବେଣ୍ଟକାରପଡ଼ା ଛକ ନିକଟରେ ମଙ୍ଗଳବାର ଏକ କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପୋଲିସ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲାର ଘାଗରାମୁଣ୍ଡା ଗ୍ରାମର ରଞ୍ଜନ ସେଠୀ। ମୃତକ ହେଲେ ବାରଙ୍ଗ ଥାନା ଅନ୍ତର୍ଗତ ନରଣପୁର ଗ୍ରାମର ପ୍ରମୋଦ କୁମାର ରାଉତ(୬୫)। ସୂଚନାଯୋଗ୍ୟ, ପ୍ରମୋଦ ମଙ୍ଗଳବାର ଅପରାହ୍ନ ୪ଟା ୩୦ ସମୟରେ ନିଜ ଆକ୍ଟିଭା(ନଂ. ଓଡି ୦୫ ଜେଡ ୪୫୦୪ ) ଯୋଗେ ଘରରୁ ବାଙ୍କୀ ଯିବାବେଳେ ବେଣ୍ଟକାରପଡ଼ା ଛକରେ ରାସ୍ତା ଅତିକ୍ରମ କରୁଥିବାବେଳେ ଅପରପକ୍ଷେ ଦ୍ରୁତଗତିରେ ଆସୁଥିବା ଇନୋଭା କାର୍‌ (ନଂ. ଓଡି ୦୨ ଏସ୍‌ ୭୩୦୦) ତାଙ୍କୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରରେ ଥିଲା ଯେ ଆକ୍ଟିଭା ଗାଡିଟି ପ୍ରାୟ ୩୦ଫୁଟ ପର୍ଯ୍ୟନ୍ତ ଘୋସାରି ହୋଇଯାଇ ଥିବାବେଳେ ପ୍ରମୋଦ ଗାଡିରୁ ଛିଟିକି କାର୍‌ରେ ମାଡ ହୋଇ ପଡିଥିଲେ। ପ୍ରମୋଦଙ୍କ ମୁଣ୍ଡକୁ ଅଧିକ ମାଡ ହୋଇଥିବାରୁ ସେଠାରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋକ କହୁଥିବାବେଳେ ଘଟଣାସ୍ଥଳରେ ବାରଙ୍ଗ ଥାନା ଅଧିକାରୀ ପହଞ୍ଚତ୍ ପ୍ରମୋଦଙ୍କୁ କଟକ ମେଡିକାଲ ପଠାଇବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ସହ ନଂ. ୧୮୭/୧୯ରେ ଏକ ମାମଲା ରୁଜୁ କରି ଚାଳକ ରଞ୍ଜନଙ୍କୁ ଗିରଫ କରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri