ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି ଗ୍ରାମର ହୃଦାନନ୍ଦ ମଲ୍ଲିକ (୭୦)। ସେ ସକାଳେ ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଏହି ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ବାସିନ୍ଦା ଢେଙ୍କାନାଳ-କାମାକ୍ଷାନଗର ରାସ୍ତାର ଶାଳୁଆ ଛକ ନିକଟରେ ୨ ଘଣ୍ଟା ଧରି ରାସ୍ତାରୋକୋ କରିଥିଲେ। ପୂର୍ବାଞ୍ଚଳ ରେଞ୍ଜ ଅଧିକାରୀ ବିଭୁଦାନନ୍ଦ ମିଶ୍ର, କୋଟଗରା ସରପଞ୍ଚ ଲଳିତ ସାହୁ, ଫାଣ୍ଡି ପୋଲିସ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ବନ ବିଭାଗ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ମୃତକଙ୍କ ପରିବାରକୁ ସହାୟତା ସ୍ବରୂପ ୪୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଆବଶ୍ୟକ କାଗଜପତ୍ର ଦାଖଲ ପରେ ଅବଶିଷ୍ଟ ସହାୟତା ପ୍ରଦାନ କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।

୧୫ଦିନ ମଧ୍ୟରେ ହାତୀ ଚଲାପଥରେ ସୂଚନା ଫଳକ ଲଗାଇବା, ଖଟୁଆହତା ଫରେଷ୍ଟ ବିଟ୍‌କୁ ଗାଡ଼ି ଯୋଗାଇବା, ହାତୀସ୍କ୍ବାଡ୍‌ ନିଯୁକ୍ତି କରିବା, ସରପଞ୍ଚଙ୍କ ଜରିଆରେ ପଞ୍ଚାୟତର ପ୍ରତି ଗ୍ରାମକୁ ୭ଦିନ ମଧ୍ୟରେ ଟର୍ଚ୍ଚ ଲାଇଟ୍‌ ପ୍ରଦାନ, ଧନଜୀବନ ସୁରକ୍ଷା ପାଇଁ ନିୟମିତ ପାଟ୍ରୋଲିଂ, ହାତୀ ଗତିବିଧି ଉପରେ ନଜର ରଖିବାକୁ ପ୍ରତି ଗ୍ରାମରେ ୫ ଜଣିଆ କମିଟି ଗଠନ କରାଯିବ ବୋଲି ବନ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା। ଏହାପରେ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଯାଇଥିଲା। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri