Posted inଜାତୀୟ

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା କରିଛନ୍ତି। ସେ ଏକ ବୈଠକରେ ଅଧ୍ୟକ୍ଷତା କରି ପ୍ରଦୂଷଣ ସମ୍ପର୍କିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଟୁଇଟ୍‌ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ପି.କେ. ମିଶ୍ର ଦିଲ୍ଲୀ, ପଞ୍ଜାବ ଓ ହରିୟାଣାରେ ପ୍ରଦୂଷଣକୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ରବିବାର ସମୀକ୍ଷା ବୈଠକ କରିବା ଦିନକ ପରେ ମୋଦି ଏହି ସମୀକ୍ଷା କରିଛନ୍ତି। ସେହିପରି ପଶ୍ଚିମ ଭାରତରେ ସମ୍ଭାବ୍ୟ ଝଡ଼ ସ୍ଥିତିକୁ ନେଇ ମଧ୍ୟ ମୋଦି ସମୀକ୍ଷା କରିଥିବା ଜଣାପଡ଼ିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମିଳିଥିବା ସୂଚନାନୁସାରେ ଦିଲ୍ଲୀର ବାୟୁ ଗଣବତ୍ତା ସୂଚକାଙ୍କ(ଏକ୍ୟୁଆଇ) ପୂର୍ବାହ୍ନ ୯ଟା ୪୫ରେ ୩୬୫ ଥିବାବେଳେ ଅପରାହ୍ନ ୩ଟା ୪୫ରେ ୩୩୧କୁ ଖସିଥିଲା। ଏନ୍‌ସିଆର୍‌ର ଗ୍ରେଟର ନଏଡାରେ ୩୪୮, ନଏଡା ୩୫୮, ଗାଜିଆବାଦ ୩୫୧, ଫରିଦାବାଦ ୩୧୧ ଓ ଗୁରଗାଓଁରେ ୩୨୮ ରହିଥିଲା। ଏକ୍ୟୁଆଇ ୦-୫୦ ରହିଲେ ଭଲ, ୫୧-୧୦୦ ସନ୍ତୋଷଜନକ, ୧୦୧-୨୦୦ ମଧ୍ୟମ, ୨୦୧-୩୦୦ ନିମ୍ନ, ୩୦୧-୪୦୦ ଅତି ନିମ୍ନ ଓ ୪୦୧-୫୦୦ ରହିଲେ ତାକୁ ଖରାପ କୁହାଯାଏ। ସେହିପରି ଏହି ସୂଚକାଙ୍କ ସ୍ତର ୫୦୦ ଅତିକ୍ରମ କଲେ ସିଭିଅର ପ୍ଲସ୍‌ ଭାବେ ବର୍ଗୀକରଣ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri