୭ ସହର ଅତି ପ୍ରଦୂଷିତ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଅତି ପ୍ରଦୂଷିତ ସହର ତାଲିକାରେ ସାମିଲ ହୋଇଛି ରାଜ୍ୟର ୭ଟି ସହର ଭୁବନେଶ୍ୱର, ଅନୁଗୋଳ, ବାଲେଶ୍ୱର, କଟକ, ତାଳଚେର, ରାଉରକେଲା ଓ କଳିଙ୍ଗନଗର। ପ୍ରଦୂଷଣ ଯୋଗୁ ଅନେକ ନଦୀ ଏବଂ ରାଜଧାନୀ ଭୁବନେଶ୍ୱରର ଗଙ୍ଗୁଆ ନାଳ ଜହର ପାଲଟିଛି। ଏନେଇ ବିଧାନସଭା ଗୃହ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛି। ମଙ୍ଗଳବାର ବିଧାନସଭାର ପ୍ରକୋଷ୍ଠ ନଂ-୫୪ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପରିବେଶ ପ୍ରଦୂଷଣ ସମ୍ପର୍କିତ ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବାୟୁମଣ୍ଡଳରେ ବଢୁଥିବା ଅଙ୍ଗାରକାମ୍ଳ, କଳକାରଖାନାରୁ ନିର୍ଗତ ବିଷାକ୍ତ ବାଷ୍ପ, ବର୍ଜ୍ୟ ଜଳ, ପ୍ଲାଷ୍ଟିକର ବହୁଳ ବ୍ୟବହାର ଯୋଗୁ ପ୍ରଦୂଷଣ ବଢୁଥିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା। ଗତ ୩ ତାରିଖରେ ଧରିତ୍ରୀରେ ପ୍ରକାଶିତ ‘ଧୂଆଁ, ଧୂଳିରେ ଉପକୂଳ’ ଶୀର୍ଷକ ଖବରକୁ କମିଟିର ସଦସ୍ୟ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ମୋହନ ଚରଣ ମାଝି ବୈଠକରେ ଉଠାଇଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ କାରଖାନା ଦ୍ୱାରା ନଦୀ, କେନାଲ, ଜଳ ଉତ୍ସ ଓ ଚାଷ ଜମି ପ୍ରଦୂଷିତ ହେବା, ବିଭିନ୍ନ ସ୍ପଞ୍ଜ ଆଇରନ୍‌ କାରଖାନାର ଅଙ୍ଗାରକାମ୍ଳ ବାଷ୍ପକୁ ରୋକିବା ଏବଂ ସ୍ବାୟତ୍ତ ଶାସନ ସଂସ୍ଥା ଓ ଗ୍ରାମଗୁଡ଼ିକର ସଫେଇ ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ପ୍ରଦୂଷଣ ହ୍ରାସ ପାଇଁ ସବୁସ୍ତରରେ ଉଦ୍ୟମ କରିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା।
ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଗୃହ କମିଟିର କୋ-ଅପ୍ଟେଡ୍‌ ସଦସ୍ୟ ଅରୂପ ପଟ୍ଟନାୟକ ଏବଂ ସ୍ବୟଂ ପ୍ରକାଶ ରାଉତ, ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ମୋନା ଶର୍ମା, ସ୍ବତନ୍ତ୍ର ଶାସନ ସଚିବ ଦେବୀଦତ୍ତ ବିଶ୍ୱାଳ, ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ସମେତ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।
ଏହାଛଡ଼ା ବିଧାୟକ ପ୍ରଦୀପ କୁମାର ଅମାତ୍‌ଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ସ୍ଥାୟୀ କମିଟି-୭ର ସପ୍ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ସେହିପରି ବିଭାଗୀୟ ସ୍ଥାୟୀ କମିଟି-୪ର ଅଷ୍ଟମ ବୈଠକ ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ କ୍ରୀଡ଼ା ଓ ଯୁବସେବା, ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ବିଜ୍ଞାନ ଓ କାରିଗରି ବିଦ୍ୟା ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ଏଥିସହ ଆବେଦନପତ୍ର କମିଟିଙ୍କ ପଞ୍ଚମ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସମ୍ପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri