ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ କରିଛି। ସେହିଭଳି ୧୦ରୁ ଅଧିକ ଅଭିଯୁକ୍ତ ଫେରାର ଥିବା ପୋଲିସ କହିଛି। ତେବେ ସେମାନଙ୍କୁ ଗିରଫ କରିବା ଲାଗି ଉଦ୍ୟମ ଜାରି ରହିଛି। ବାଣଫୁଟାକୁ କେନ୍ଦ୍ରକରି ଉପୁଜିଥିବା ବଚସାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଏକ ଖବରଦାତା ସମ୍ମିଳନୀରେ ବୁଧବାର ଡିସିପି ସୂଚନା ଦେଇଛନ୍ତି।

ଦୀପାବଳି ଦିନ ରାତିରେ ଅମରେଶଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ପଥରରେ ଛେଚିବା ସହ ଗାଡ଼ି ଚଢ଼ାଇ ଅତି ବିଭିତ୍ସ ଭାବେ ହତ୍ୟା କରାଯାଇଥିଲା। ପୋଲିସ ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ କରୁଥିଲା। ହତ୍ୟାକାଣ୍ଡରେ ୧୦ଜଣଙ୍କ ସମ୍ପୃକ୍ତି ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା। ତେବେ ସେମାନେ ଫେରାର ହୋଇଯିବାରୁ ସେମାନଙ୍କୁ ଧରିବା ଲାଗି ୩ଟି ଟିମ୍‌ ଗଠନ କରାଯାଇଥିଲା। ଶେଷରେ ୩ଜଣଙ୍କୁ ଗିରଫ କରାଯାଇଥିବା ଡିସିପି କହିଛନ୍ତି।

ସୂଚନାଯୋଗ୍ୟ, ଅମରେଶଙ୍କ ହତ୍ୟା ପଛରେ ରାଜନୈତିକ କାରଣ ଥିବା କୁହାଯାଉଛି। ଅମରେଶ ଜଣେ ନେତାଙ୍କ ସହଯୋଗରେ ଆଗକୁ ବଢୁଥିଲେ। ତାଙ୍କ ଘର ଅନ୍ୟ ଅଞ୍ଚଳରେ ହୋଇଥିଲେ ମଧ୍ୟ ସେ ଖଣ୍ଡୁଆଳ ଛକ ନିକଟରେ ରହି ଅନ୍ୟମାନଙ୍କୁ ଡରାଇ ରଖୁଥିଲେ। ଏହାକୁ ସ୍ଥାନୀୟ ନେତାମାନେ ସହଜରେ ହଜମ କରିପାରୁ ନ ଥିଲେ। ସେମାନେ ଅମରେଶଙ୍କୁ ମାରିବା ପାଇଁ ପ୍ରତିପକ୍ଷ ଗୋଷ୍ଠୀକୁ ଅସ୍ତ୍ର କରିଥାଇପାରନ୍ତି ବୋଲି ଅମରେଶଙ୍କ ଜଣେ ସାଙ୍ଗ ନାମ ଗୋପନ ରଖି କହିଛନ୍ତି। ଅନ୍ୟପକ୍ଷରେ ଦେଖିବାକୁ ଗଲେ ଅମରେଶଙ୍କ ବାପା ଜଣେ ବ୍ୟାଙ୍କ ମ୍ୟାନେଜର ହୋଇଥିବାରୁ ଅର୍ଥର ଅଭାବ ନ ଥିଲା। ସେ ପରିବାର ଲୋକଙ୍କୁ ନ ମାନି ବହୁ ଅପରାଧରେ ସମ୍ପୃକ୍ତ ଥିଲେ। ତାଙ୍କ ନାମରେ ୨୨ରୁ ଊର୍ଦ୍ଧ୍ୱ ମାମଲା ଏୟାରଫିଲ୍ଡ ଥାନାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri