ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି । ତେଣୁ ଅବଶିଷ୍ଟ ଗୃହ ଆବଶ୍ୟକତା ପୂରଣ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରୁଥିବା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ଲୋକସେବା ଭବନରେ ବୁଧବାର ଆୟୋଜିତ ସମୀକ୍ଷା ବୈଠକରୁ ଜଣାପଡିଛି ଯେ, ଜାଗା ମିଶନରେ ବର୍ତ୍ତମାନ ସୁଦ୍ଧା ସହରାଞ୍ଚଳର ୫୧,୦୦୦ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଛି। ସେହିପରି ଆସନ୍ତା ମାର୍ଚ୍ଚ ସୁଦ୍ଧା ଆଉ ୨୫,୦୦୦ ଲୋକଙ୍କୁ ପଟ୍ଟା ମିଳିବ । ତେବେ ଏହି ଯୋଜନା ମହାନଗର ନିଗମ ଗୁଡିକରେ କାର୍ଯ୍ୟକାରୀ ହେଉ ନ ଥିବାରୁ ୫ଟି ସହରରେ ବସବାସ କରୁଥିବା ଲୋକେ କିଭଳି ଘର ପାଇବେ, ସେଥିପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ଏହି ମହାନଗର ନିଗମ ଗୁଡିକରେ ପ୍ରାୟ ୩ ଲକ୍ଷ ୯୦ ହଜାର ଘର ଆବଶ୍ୟକ ରହିଛି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଗୃହନିର୍ମାଣ ବୋର୍ଡ, ବିଡିଏ ଓ ସିଡିଏ ଭଳି ସଂସ୍ଥାଙ୍କୁ ଦାୟିତ୍ୱ ଦେବାପାଇଁ ସ୍ଥିର ହୋଇଛି । ରାଜ୍ୟ ସରକାର ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ଥିବାବେଳେ ଗୃହ ନିର୍ମାଣ କାର୍ଯ୍ୟ କିଭଳି ହେବ ସେଥିପାଇଁ ୨୦୨୦ ମାର୍ଚ୍ଚ ସୁଦ୍ଧା ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri