ଚିଟ୍‌ଫଣ୍ଡ କୋର୍ଟ ଜଜ୍‌ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ ବିଳମ୍ବ ଘଟୁଛି। କ୍ଷତିଗ୍ରସ୍ତ ଜମାକାରୀ ସେମାନଙ୍କ ଟଙ୍କା ଫେରି ପାଇବା ଆଶା ମଉଳି ଯାଇଛି। ରାଜ୍ୟ ସରକାର ଅନ୍ୟାନ୍ୟ କୋର୍ଟ ପାଇଁ ବିଚାରପତି ନିଯୁକ୍ତି କରୁଥିବା ବେଳେ ବ୍ରହ୍ମପୁରରେ ଥିବା ଓପିଆଇଡି କୋର୍ଟ ପ୍ରତି ଅଣଦେଖା କରୁଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହୋଇଛି। ତେଣୁ ଏ ଦିଗରେ ଦୃଷ୍ଟି ଦେଇ ତୁରନ୍ତ ବିଚାରପତି ପଦବୀ ପୂରଣ କରିବାକୁ ଓକିଲ ସଂଘ ସଭାପତି ରବି ପାଣିଗ୍ରାହୀ, ପୂର୍ବତନ ଯୁଗ୍ମ ସମ୍ପାଦକ କରୁଣାକର ପାଣିଗ୍ରାହୀ ଓ ଆଇନଜୀବୀ ରଘୁନାଥ ପ୍ରସଦ ପାଣିଗ୍ରାହୀ ପ୍ରମୁଖ ଦାବି କରିଛନ୍ତି। ବ୍ରହ୍ମପୁରରେ ଖୋଲାଯାଇଥିବା ସ୍ବତନ୍ତ୍ର ଓପିଆଇଡି କୋର୍ଟରେ ୧୦୧ ମାମଲା ବିଚାରାଧୀନ ରହିଛି। ଜମାକାରୀଙ୍କ କୋଟି କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ ମାଲିକମାନେ ବର୍ତ୍ତମାନ ମଣ୍ଡଳ କାରାଗାରରେ ରହିଛନ୍ତି। ଦୀର୍ଘଦିନ ଧରି ଚିଟଫଣ୍ଡ କୋର୍ଟରେ ଜଜ୍‌ ନ ଥିବାରୁ ମାମଲାଗୁଡିକର ବିଚାର ହୋଇ ନ ପାରି କେବଳ ତାରିଖ ପରେ ତାରିଖ ଧାର୍ଯ୍ୟ ହେଉଛି।
ସୂଚନାଯୋଗ୍ୟ, ଜୁଲାଇରୁ ଚିଟଫଣ୍ଡ ବିଚାରପତି ପଦବୀ ଖାଲିପଡିଛି। ନିକଟରେ ହାଇକୋର୍ଟ ବିଭିନ୍ନ କୋର୍ଟରେ ନୂତନ ଜଜ ନିଯୁକ୍ତି କରିଛନ୍ତି। କିନ୍ତୁ ବ୍ରହ୍ମପୁରରେ ଥିବା ଚିଟଫଣ୍ଡ କୋର୍ଟ ପାଇଁ କୌଣସି ଜଜ ନିଯୁକ୍ତି କରାଯାଇନାହିଁ। ଏ ଦିଗରେ ଦୃଷ୍ଟି ଦେଇ ଜଜ ନିଯୁକ୍ତି କରିବା ପାଇଁ ଜମାକାରୀ ଏବଂ ଓକିଲଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି 

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରଠାରୁ ଆରମ୍ଭ ହେବ। ସା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା।...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri