ସମସ୍ୟା ଅନେକ, ସମାଧାନ ନାହିଁ: ହନ୍ତସନ୍ତ ହେଉଛନ୍ତି ଅଞ୍ଚଳବାସୀ

(ଅମିତ କୁମାର ସାମଲ) ଅନୁଗୋଳ ଅଫିସ, ୨୭।୫:  ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ୪ର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି ବିଧାୟକ ରଜନୀକାନ୍ତ ସିଂ। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ଥରଟିଏ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି। ପୂର୍ବରୁ ୧୫ବର୍ଷ କ୍ଷମତାରେ ଥିଲେ ବି ଅନୁଗୋଳର ଅନେକ ସମସ୍ୟାର ସମାଧାନ ହୋଇପାରି ନାହିଁ। ଏବେ ବି ସହରବାସୀ ପରିମଳ ସମସ୍ୟାକୁ ନେଇ କଷ୍ଟ ଭୋଗୁଛନ୍ତି। ନାଲ୍‌କୋ ହଟିଂବାସିନ୍ଦା ବିଶୁଦ୍ଧ ପାନୀୟ ଜଳ ପାଇଁ ବଡ଼ ଦହଗଞ୍ଜ ହେଉଛନ୍ତି। ବଅଁରପାଳରୁ ଅନୁଗୋଳ ସହର ପର୍ଯ୍ୟନ୍ତ ବର୍ଷାଦିନେ କଦର୍ଯ୍ୟ ହୋଇପଡ଼ୁଥିବା ୫୫ନଂ. ଜାତୀୟ ରାଜପଥରେ ଘଣ୍ଟା ଘଣ୍ଟା ଧରି ଗାଡ଼ି ଅଟକି ରହୁଛି। ଦୁର୍ଘଟଣାରେ ବହୁ ଜୀବନ ଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ପଦବୀ ଖାଲି ପଡ଼ୁଥିବା ବେଳେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏସବୁ ସମସ୍ୟାର ସମାଧାନ କରିବା ପାଇଁ ଅଞ୍ଚଳବାସୀ ପୁଣିଥରେ ରଜନୀକାନ୍ତଙ୍କୁ ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ତେଣୁ ଲୋକେ ଭୋଗୁଥିବା ଅସୁବିଧା ଦୂର ନିମନ୍ତେ ବିଧାୟକ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ସହରବାସିନ୍ଦାଙ୍କ ସମେତ ଆଖପାଖ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri