ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇବେ। ନଭେମ୍ବର ୯ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସେ ଏହି ପୁରସ୍କାର ଗ୍ରହଣ କରିବେ। ଫେମ୍‌ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ଯ୍ୟର ଆକଳନ ସହ ସରକାରୀ ଯୋଜନାଗୁଡିକୁ ଠିକଣା ବାଟରେ ନେବା, ଦାୟିତ୍ୱସମ୍ପନ୍ନ ହୋଇ କାର୍ଯ୍ୟ କରିବା ଓ ସର୍ବୋପରି ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଥାଏ। ଫେମ୍‌ ଇଣ୍ଡିଆ ପତ୍ରିକା ପକ୍ଷରୁ କୁହାଯାଇଛି ଯେ ଗୋଟିଏ ରାଜ୍ୟର ବିକାଶ ଏହାର ମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ସାଧାରଣ ଲୋକଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡିକୁ ମନ୍ତ୍ରୀ ଠିକ୍‌ ବାଟରେ ନେବା ଫଳରେ ସରକାରଙ୍କ ବିକାଶକୁ ବଡ ସଫଳତା ମିଳିଥାଏ। ଯଦି ମନ୍ତ୍ରୀ ଦୁର୍ନୀତିଗ୍ରସ୍ତ ଓ ଦାୟିତ୍ୱହୀନ ହେବେ ତେବେ ତାଙ୍କ ବିଭାଗ ଉପରେ ଏହାର ନକାରାତ୍ମକ ପ୍ରଭାବ ପଡିବ। ସାମ୍ବାଦିକତା କ୍ଷେତ୍ରରେ ୮ ବର୍ଷର ଦୀର୍ଘ ଯାତ୍ରା କାଳରେ ସଫଳ ମନ୍ତ୍ରୀମାନଙ୍କୁ ଫେମ୍‌ ଇଣ୍ଡିଆ ଉସତ୍ାହିତ କରି ଆସିଛି। ଏହି କ୍ରମରେ ଚଳିତବର୍ଷ ରାଜ୍ୟ ମନ୍ତ୍ରୀମାନଙ୍କର ବିଭିନ୍ନ ପ୍ରଦର୍ଶନକୁ ନେଇ ଆକଳନ ହୋଇଛି। ସେଗୁଡିକ ହେଲା ପରିଚାଳନା କ୍ଷେତ୍ରରେ ଉପଯୁକ୍ତ ଦକ୍ଷତା, ସରକାରୀ କଳ ଓ ଲକ୍ଷ୍ୟକୁ ଠିକଣା ଭାବେ ବୁଝିବା ସହିତ ଅଫିସରମାନଙ୍କୁ ନିୟନ୍ତ୍ରଣ କରିବାର କଳା ହିଁ ଜଣେ ମନ୍ତ୍ରୀଙ୍କ ସଫଳତାକୁ ଦର୍ଶାଇଥାଏ। ଚୂଡାନ୍ତ ଆକଳନରେ ଓଡିଶା କ୍ୟାବିନେଟ ମନ୍ତ୍ରୀ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପ୍ରଦାନ ଲାଗି ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri