ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ଏହାକୁ କାର୍ଯ୍ୟକ୍ଷମ କରାଯିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ବର୍ଷ ବର୍ଷ ଧରି ଭୂତକୋଠି ପାଲଟିଥିବା ଏହି ବିଶ୍ରାମାଗାର କାର୍ଯ୍ୟକ୍ଷମ ନ ହେବା ପାଇଁ କେତେକ ଅସାଧୁ ବ୍ୟକ୍ତି ଉଦ୍ୟମ କରି ସଫଳ ହୋଇଥିବା କୁହାଯାଉଛି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରାଯିବାକୁ ସ୍ଥାନୀୟ କୁଳେଇପଦା, ଓଳଗ, ଷାଠିବାଙ୍କୁଡ଼ା, ବୋଡ଼କ, ଦୋହରାପାଟଣା, ପହଣା, ସୁନ୍ଦରପୁର, ନାନ୍ଦପୁର ଓ ଆରଡ଼ି ଆଦି ଗଁା ଲୋକେ ଦାବି କରିଛନ୍ତି।

ଉଲ୍ଲେଖନୀୟ ଯେ, ୨୦୧୪ରେ ତତ୍କାଳୀନ ଚାନ୍ଦବାଲି ବିଧାୟକ ବିଜୟ ନାୟକ ଏହାର ଶିଳାନ୍ୟାସ କରିଥିଲେ। ବର୍ଷକ ମଧ୍ୟରେ ବ୍ୟୟବରାଦ ଅର୍ଥରାଶିରେ ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ହେଲେ ଏହାମଧ୍ୟରେ ୫ ବର୍ଷ ବିତିଯାଇଥିଲେ ମଧ୍ୟ ବିଶ୍ରାମାଗାର ଉଦ୍‌ଘାଟନ ତ ଦୂରର କଥା ଏଠାକୁ ରାସ୍ତାଟିଏ ମଧ୍ୟ ନିର୍ମାଣ ହୋଇପାରି ନାହିଁ। ଏଠାରେ ବିଶ୍ରାମାଗାର ନିର୍ମାଣ ହେବାର ବିଭିନ୍ନ କାରଣ ଥିଲା। ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ବନ୍ୟା ଆସି ସ୍ଥାନୀୟ ଓଳଗ, ସୁନ୍ଦରପୁର, ଆରଡ଼ି, ନାନ୍ଦପୁର ଆଦି ପଞ୍ଚାୟତରେ ବହୁ କ୍ଷତି ଘଟାଇଥାଏ। ଏଣୁ ଏହାକୁ ଏକ ସେକ୍ସନ ଅଫିସ କରାଯାଇ ଏଠାରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଅବସ୍ଥାପିତ କରାଯିବାର ପ୍ରସ୍ତାବ ରହିଥିଲା। ବନ୍ୟା ଓ ଅନ୍ୟ ସମୟରେ କନିଷ୍ଠ ଯନ୍ତ୍ରୀ ସହଜରେ ସମସ୍ୟାର ଆଶୁ ସମାଧାନ ନିମନ୍ତେ ପଦକ୍ଷେପ ନେଇପାରିଥାନ୍ତେ। ଏହି ଉଦ୍ଦେଶ୍ୟରେ ସ୍ଥାନୀୟ ଅଞ୍ଚଳର ଅଧିବାସୀ ଏଠାରେ ଜଳସେଚନ ସେକ୍ସନ ଅଫିସ ନିର୍ମାଣ ପାଇଁ ଦାବି କରି ଆସୁଥିଲେ। ଏଠାରେ ଏହି ଅଫିସ ନିର୍ମାଣ ପାଇଁ ପ୍ରସ୍ତାବ ରଖାଯିବା ବେଳେ ସ୍ଥାନୀୟ ଅଞ୍ଚଳର ଜଣେ ସରପଞ୍ଚ ଏହାକୁ ବିରୋଧ କରିଥିଲେ। କୁଳେଇପଦା ଗ୍ରାମବାସୀଙ୍କ ସହ ଚାନ୍ଦବାଲି ତହସିଲଦାର ଏ ସମ୍ପର୍କରେ କଥା ହୋଇଥିଲେ। ଗ୍ରାମବାସୀ ମଧ୍ୟ ଜମି ଯୋଗାଇ ଦେବାକୁ ରାଜି ହୋଇଥିଲେ ଏବଂ ବିନା ସର୍ତ୍ତରେ ଜମି ଯୋଗାଇ ଦେଇଥିଲେ। ଏ ସମ୍ପର୍କରେ ଜଳସେଚନ ବିଭାଗ ଏସ୍‌ଡିଓ ଭୁବନାନନ୍ଦ ମହାନ୍ତିଙ୍କୁ ପଚାରିବାରୁ କହିଛନ୍ତି ଯେ,  ଉକ୍ତ ବିଶ୍ରାମାଗାର କାର୍ଯ୍ୟକ୍ଷମ ଲାଗି ଆବଶ୍ୟକ ଅର୍ଥରାଶି ବ୍ୟୟବରାଦ ହେଉନାହିଁ। ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ କରାଯାଉଛି। ଖୁବ୍‌ଶୀଘ୍ର ଏହାର ସମାଧାନ ହେବ ବୋଲି ଆଶା କରାଯାଉଥିବା ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri