ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ  ଜ୍ଞାନରଞ୍ଜନ ଦାସ, ନିର୍ବାଚନ ନୋଡାଲ ଅଫିସର ତଥା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ମିଶ୍ର, ରିଟର୍ଣ୍ଣିଂ ଅଫିସର ତଥା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ଉପଜିଲାପାଳ ହେମନ୍ତ କୁମାର ବିହାରୀ, ଡେପୁଟି କଲେକ୍ଟର ଜୟଶ୍ରୀ ସେନାପତିଙ୍କ ସହ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସାମଲ ନିର୍ବାଚନ ପରିଚାଳନା ପାଇଁ ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଜିଲାର ଦିବ୍ୟାଙ୍ଗ ଭୋଟରଙ୍କ ମତଦାନ ଲାଗି ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରତି ନିର୍ବାଚନରେ ଦିବ୍ୟାଙ୍ଗମାନେ ଭୋଟଦାନରୁ ବିରତ ରହିଛନ୍ତି। ଚଳିତ ନିର୍ବାଚନରେ ଯେପରି ସେଭଳି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଛନ୍ତି। ବୁଥ୍‌ୱାରୀ ଦିବ୍ୟାଙ୍ଗ ଭୋଟର ତାଲିକା ପ୍ରସ୍ତୁତ କରି ପ୍ରିଜାଇଡିଂ ଅଫିସରଙ୍କୁ ଦେବାକୁ ସେ ଜିଲା ନିର୍ବାଚନ ଅଧିକାରୀଙ୍କୁ କହିଥିଲେ। ଦିବ୍ୟାଙ୍ଗ ଭୋଟରଙ୍କୁ ସେମାନଙ୍କ ଘରୁ ସହାୟତା ଗାଡ଼ିରେ ଆଣି ଭୋଟଦାନ କେନ୍ଦ୍ରର ୧୦୦ ମିଟର ଦୂରରେ ରଖାଯିବ। ସେଠାରୁ ହୁଇଲଚେୟାର ଯୋଗେ ବୁଥ୍‌କୁ ଆଣି ଭୋଟ ଦେବା ପରେ ପୁଣି ସେମାନଙ୍କୁ ସସମ୍ମାନେ ଗାଡ଼ିରେ ନେଇ ଘରେ ଛାଡ଼ିବାରେ ଯେପରି କୌଣସି ତ୍ରୁଟି ନ ହୁଏ ସେ ଦିଗରେ ପଦକ୍ଷେପ ନେବାକୁ ସେ ଜିଲା ନିର୍ବାଚନ ଅଧିକାରୀଙ୍କୁ କହିଥିଲେ। ର଼୍ୟାମ୍ପ ଓ ହୁଇଲଚେୟାର ଯିବାଆସିବା କରିବା ନିମନ୍ତେ ରାସ୍ତାଘାଟକୁ ସୁଗମ କରିବାକୁ କହିଥିଲେ। ଜିଲା ନିର୍ବାଚନ ଅଧିକାରୀ ଦାସ ଦିବ୍ୟାଙ୍ଗ ଭୋଟର ଥିବା ବୁଥ୍‌ରେ ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଏସବୁର ବନ୍ଦୋବସ୍ତ କରାଯାଇଥିବା ସୂଚନା ଦେଇଥିଲେ। ଜିଲାରେ ମୋଟ ୪୩ ହଜାର ୭୧୨ ଦିବ୍ୟାଙ୍ଗ ଭୋଟର ଚିହ୍ନଟ ହୋଇଥିବା କୁହାଯାଇଛି। ପରେ କମିଶନର ସାମଲ କେତେକ ବୁଥ୍‌ ପରିଦର୍ଶନ କରି ଯାଜପୁର ଜିଲାକୁ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri