୪ ତାରିଖରୁ ନିଖୋଜ ଥିଲେ ଯୁବକ : ରାସ୍ତା ପାର୍ଶ୍ୱରୁ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୯।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଜଣେ ଯୁବକ ଗତ ୪ ତାରିଖରୁ ନିଖୋଜ ଥିବାବେଳେ ଶୁକ୍ରବାର ତାଙ୍କ ମୃତଦେହ ସାକସିଙ୍ଗାରୁ ଅନୁଗୋଳ ପୋଲିସ ଉଦ୍ଧାର କରିଛି। ଚିହ୍ନଟ ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତେବେ ଯୁବକ ଜଣଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ଅନୁଗୋଳ ଥାନାରେ ଏତଲା ଦେଇଛନ୍ତି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ନେଇ ଘଟଣାସ୍ଥଳରେ ତଦନ୍ତ କରିଛି।
ଗୁରଙ୍ଗ ଗ୍ରାମର ତ୍ରିଲୋଚନ ନାଏକଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପୁଅ ତ୍ରିପୁର ନାଏକ(୧୯) ଭୁବନେଶ୍ୱରରେ ଏକ କମ୍ପାନୀରେ ମେଶିନ୍‌ ଚାଳକ ଭାବେ କାର୍ଯ୍ୟ କରୁଥିଲେ। ଗତ ଲକ୍ଷ୍ମୀ ପୂଜା ସମୟରେ ସେ ଘରକୁ ଆସିଥିଲେ। ଗତ ୪ ତାରିଖରେ ସେ ବାଇକ୍‌ରେ ଡିକି ଲଗାଇବା ପାଇଁ ଅନୁଗୋଳ ଆସିଥିଲେ। କିନ୍ତୁ ରାତିରେ ଘରକୁ ଫେରି ନ ଥିଲେ। ତାଙ୍କ ଫୋନ ସୁଇଚଅଫ୍‌ ଥିବାବେଳେ ସାଙ୍ଗମାନଙ୍କ ନିକଟରେ ମଧ୍ୟ କୌଣସି ଖବର ନ ଥିଲା। ତେଣୁ ବାଧ୍ୟ ହୋଇ ବନ୍ତଳା ଥାନାରେ ତ୍ରିପୁର ନିଖୋଜ ଥିବା ନେଇ ଅଭିଯୋଗ କରାଯାଇଥିଲା। ଶୁକ୍ରବାର ସାକସିଙ୍ଗା-ଘୁସାପାଳ ରାସ୍ତାର ଏକ ବୁଦା ମୂଳରୁ ଅନୁଗୋଳ ପୋଲିସ ତ୍ରିପୁରଙ୍କ ମୃତଦେହ ଉଦ୍ଧାର କରିଥିଲା। କିନ୍ତୁ ତାଙ୍କ ବାଇକ୍‌ର ଏଯାଏ ପତ୍ତା ମିଳିନି। ମୃତ ଶରୀରରେ କୌଣସି କ୍ଷତ ଚିହ୍ନ ପୋଲିସ ପାଇନାହିଁ। ସାଇଣ୍ଟିଫିକ୍‌ ଟିମ୍‌ ନେଇ ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝି, ଅରକ୍ଷିତ ସେଠୀ ପ୍ରମୁଖ ତଦନ୍ତ କରିଛନ୍ତି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri