୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କର୍ଲାମୁଣ୍ଡା,୧୦।୧୧(ଡି.ଏନ୍‌.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ ଓ ସହାୟିକାଙ୍କୁ ନିଯୁକ୍ତି ଦେଇଛନ୍ତି। ତେବେ ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ ସେବା ଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି। ଏହି ବ୍ଲକର ୧୨ଟି ପଞ୍ଚାୟତରେ ମୋଟ୍‌ ୭୪ଟି ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟରୁ ବିଜାପାଟି, ରିଞ୍ଜା (ଧରଣୀପଡ଼ା), ବାଗବୁରାଇ, ଝାରମୁଣ୍ଡା ଆଦି ଗାଁରେ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟ ହୋଇପାରୁ ନ ଥିବା ବେଳେ କର୍ଲାମୁଣ୍ଡା (ବସ୍ତି), ଗୋଇନ୍ଦମୁଣ୍ଡା, ଫଲସାପଡ଼ା, ଝିଲାପିପଡ଼ା, ତେରେକେଲା, କୁଶୁର୍ଲା (୧), ଏକାତରା ଓ ରେଙ୍ଗାଲି କେନ୍ଦ୍ର ଗୃହ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ଅନ୍ୟପକ୍ଷରେ ଭଟାପଲା, ସାପଲହରା, ବୋରପଦର, ସାନଡୁଙ୍ଗୁରୀଗୁଡ଼ା ଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ସିଡିପିଓ ପାର୍ବତୀ ସାହୁଙ୍କୁ ପଚାରିବାରୁ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରୁ ନ ଥିବାରୁ କିଛି ଜାଗାରେ ନିକଟସ୍ଥ ବିଦ୍ୟାଳୟରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲୁଥିବା କହିଛନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri