Posted inଖେଳ

ଦ୍ୱିତୀୟ ଟି୨୦: ଭାରତୀୟ ମହିଳା ୧୦ ଉଇକେଟରେ ବିଜୟୀ ଶେଫାଳି, ଦୀପ୍ତିଙ୍କ ଚମତ୍କାର ପ୍ରଦର୍ଶନ

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ)- ଅଫ୍‌ ସ୍ପିନର ଦୀପ୍ତି ଶର୍ମାଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୪-୦-୧୦-୪) ଓ ଟିନଏଜ ବ୍ୟାଟିଂ ସେନସେସନ ଶେଫାଳି ବର୍ମାଙ୍କ ଅପରାଜିତ ଅର୍ଦ୍ଧଶତକ (୬୯ରନ, ୪୪ ବଲ, ୧୦ ଚୌକା, ୨ ଛକା) ବଳରେ ଭାରତୀୟ ମହିଳା ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ୫୭ଟି ବଲ ବାକି ରଖି ୧୦ ଉଇକେଟରେ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୦୩ ରନ ସଂଗ୍ରହ କରିଥିଲା। ଜବାବରେ ବ୍ୟାଟିଂ ଆରମ୍ଭ କରି ଭାରତ ୧୦.୩ ଓଭରରେ କୌଣସି ଉଇକେଟ ନ ହରାଇ ଅତି ସହଜରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରି ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ଟି୨୦ରେ ୧୫ ବର୍ଷୀୟା ଶେଫାଳି ୪୯ ବଲରୁ ୭୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ରେକର୍ଡ କରିଥିଲେ। ସେ ଦେଶର ସର୍ବକନିଷ୍ଠ ଖେଳାଳିଭାବେ ଅନ୍ତର୍ଜାତୀୟ କ୍ରିକେଟର ଅର୍ଦ୍ଧଶତକ ହାସଲ କରି କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଥିଲେ। ଏଥିସହିତ ଶେଫାଳି କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ଅର୍ଜନ କରି ମ୍ୟାଚ୍‌ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ତେବେ ଦୀପ୍ତି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୦୪ ରନର ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ଭାରତ ବିନା ଅସୁବିଧାରେ ବିଜୟୀ ହୋଇଥିଲା। ଓପନିଂ କରିବାକୁ ଆସିଥିବା ଶେଫାଳି ମାତ୍ର ୩୫ଟି ବଲର ସମ୍ମୁଖୀନ ହୋଇ ୧୦ ଚୌକା ଓ ୨ ଛକା ସହ ୬୯ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଥିଲେ। ସେହିପରି ଅନ୍ୟତମ ଓପନର ସ୍ମୃତି ମନ୍ଧାନା ୨୮ଟି ବଲ୍‌ ଖେଳି ୪ ଚୌକା ସହ ୩୦ ରନ କରି ଅପରାଜିତ ରହିଥିଲେ। ଓପିନଂ ଯୋଡିରେ ଏହି ଦୁଇ ଓପନର ୧୦୪ ରନ ସଂଗ୍ରହ କରି ନେଇଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ନିୟମିତ ବ୍ୟବଧାନରେ ଉଇକେଟ ହରାଇବା ସହ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଦୀପ୍ତି ଶର୍ମା ଓ ଅନ୍ୟ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ପାରି ନ ଥିଲେ ଓ୍ବେଷ୍ଟଇଣ୍ଡିଜ୍‌ ମହିଳା ବ୍ୟାଟ୍ସମ୍ୟାନ। ଦଳ ତରଫରୁ ଚେଡିନ ନେସନ ୩୨, ଓପନର ହେଲି ମାଥ୍ୟୁସ୍‌ ୨୩, ନାତାଶା ମ୍ୟାକଲିନ୍‌ ୧୭ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଭାରତ ପକ୍ଷରୁ ଦୀପ୍ତି ସର୍ବାଧିକ ୪, ଶିଖା ପାଣ୍ଡେ, ରାଧା ଯାଦବ ଓ ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୦୩/୭
(ନେଶନ- ୩୨, ମାଥ୍ୟୁସ- ୨୩, ମ୍ୟାକେଲିନ- ୧୭, ଦୀପ୍ତି- ୪/୧୦, ଶିଖା- ୧/୧୮, ରାଧା- ୧/୨୦, ବସ୍ତ୍ରକାର- ୧/୨୩)।
ଭାରତ ୧୦.୩ ଓଭରରେ ୧୦୪/୦
(ଶେଫାଳି- ୬୯, ମନ୍ଧାନା- ୩୦)।


Enter your email to get our daily news in your inbox.

All Right Reserved By Dharitri.Com

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri