ସରୁନି ଓଡିଆର୍‌ପି ଡ୍ରେନ୍‌, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା

ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା ରାସ୍ତା, ଡ୍ରେନ୍‌ ମରାମତି ଦିଗରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି ା
ବିଶେଷ କରି ଓଡିଆର୍‌ପି(ଓଡିଶା ବିପର୍ଯ୍ୟୟ ଥଇଥାନ ପ୍ରକଳ୍ପ)ରେ ନିର୍ମିତ ହେବାକୁ ଥିବା ସବରେଜିଷ୍ଟ୍ରାର ଅଫିସରୁ ପ୍ରେମନଗର ମୁଖ୍ୟରାସ୍ତା ଦେଇ ଆମ୍ବମାର୍କେଟ ପର୍ଯ୍ୟନ୍ତ ଡ୍ରେନ୍‌ ଓ ରାସ୍ତା ନିର୍ମାଣରେ ବିଳମ୍ବ ଯୋଗୁ ଅନେକ ସମୟରେ ଛୋଟ ବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ଅନେକ ସମୟରେ ଯାତାୟାତ ବେଳେ ଯାନବାହନ, ଶିଶୁ ଓ ଅଞ୍ଚଳବାସୀ ଡ୍ରେନ୍‌ ପାଇଁ ଖୋଳା ଯାଇଥିବା ଗାତରେ ପଡି ଆହତ ହେଉଛନ୍ତି। ସୋମବାର ବିଏମ୍‌ସିର ଗାଡି (ନଂ-ଓଡି୦୭ଏସ୬୮୬୯) ଖୋଳାଯାଇଥିବା ଗାତରେ ଓଲଟି ପଡିଥିବା ଦେଖିବାକୁ ମିଳିଥିଲା।
ପ୍ରେମନଗର ମୁଖ୍ୟରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ପାଇଁ ୬ ମାସ ପୂର୍ବରୁ ଜବରଦଖଲ ଉଚ୍ଛେଦ କରାଯିବା ସହ ପ୍ରାୟ ୫ ରୁ ୬ ଫୁଟ ଗାତ ଖୋଳାଯାଇଥିଲା। କିନ୍ତୁ ଏଯାଏ ତାର କାର୍ଯ୍ୟ ଆରମ୍ଭ ହୋଇ ନ ଥିବାରୁ ଗାତଟି ଏବେ ଅଞ୍ଚଳବାସୀଙ୍କ ପାଇଁ ବିପଦ ସୃଷ୍ଟି କରିଛି ା ମୁଖ୍ୟରାସ୍ତା ପାର୍ଶ୍ୱରେ ବାସ କରୁଥିବା ପରିବାର ବର୍ଗଙ୍କୁ ନିଜ ଘରକୁ ଯିବାକୁ କାଠ, ବାଉଁଶର ସାହାରା ନେବାକୁ ପଡୁଛି। ଅନେକ ସମୟରେ ଲୋକେ ଗାତରେ ପଡି ଆହତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସେହିପରି ପ୍ରେମନଗର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିବା ଲୋକେ କହିଛନ୍ତି। ପ୍ରେମନଗର ଡ୍ରେନ୍‌ ଓ ରାସ୍ତା ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି ା ସେହିପରି ଖାଲରେ ଗାଡି ଡ୍ରାଇଭର ଭାରସାମ୍ୟ ହରାଇବା ଯୋଗୁ ଓଲଟି ପଡିଥିଲା। ତେବେ ଖବର ମିଳିବା ପରେ କ୍ରେନ ଦ୍ୱାରା ବାହାର କରାଯାଇଥିବା କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି ା ଏଥିସହ ବର୍ତ୍ତମାନ ଓଡିଆରପିରେ ଚାଲିଥିବା ସବରେଜିଷ୍ଟ୍ରାର ଅଫିସରୁ ପ୍ରେମନଗର ଦେଇ ଆମ୍ବମାର୍କେଟ ପର୍ଯ୍ୟନ୍ତ ରାସ୍ତା ଓ ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ସୁଦ୍ଧା ଶେଷ ହେବ ବୋଲି କମିଶନର ସୂଚାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri