ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଗଁାରେ ପହଞ୍ଚତ୍ ତଦନ୍ତ ଚଳାଇଥିବାବେଳେ ଛୁରାମାଡ କରିଥିବା ଯୁବକ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଉକ୍ତ ସାହିରେ ରାତିରେ ଜୁଆଖେଳ ଚାଲିଥିବାବେଳେ ପବନାଙ୍କ ସହ ଜନୈକ ଯୁବକଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ସେ ପବନାଙ୍କ ପେଟରେ ଛୁରୀ ଭୂଷି ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଜଗନ୍ନାଥପ୍ରସଦ ମେଡିକାଲକୁ ନିଆଯାଇଥିଲା। ସେଠାରେ କେହି ଡାକ୍ତର ନ ଥିବାବେଳେ ସ୍ଥାନାନ୍ତର ପାଇଁ ଆମ୍ବୁଲାନ୍ସ ଥିଲେ ମଧ୍ୟ ଚାଳକ ନଥିଲେ। ଫଳରେ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପରିବାର ଲୋକେ ଗାଡି ଭଡା କରି ନେଇଥିଲେ। ଗଁାରେ ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଥିବାବେଳେ ଖବରଲେଖାହେବା ସୁଦ୍ଧା ଥାନାରେ କୌଣସି ମାମଲା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri