Posted inଖେଳ

ପଡିଆରେ ମ୍ୟାଚ୍‌ ଖେଳୁଥିଲେ ଏହି ଖେଳାଳି, ଅଚାନକ ଆସିଲା ମା’ଙ୍କ ମୃତ୍ୟୁ ଖବର

ସିଡନୀ,୧୨।୧୧: ଅଷ୍ଟ୍ରେଲିଆ ଏ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ପାକିସ୍ତାନ ଦଳ ପାଇଁ ଏକ ଦୁଃଖଦ ଖବର ଆସିଛି। ଦଳର ୧୬ ବର୍ଷୀୟ ବୋଲି ନସିମ ଶାହଙ୍କ ମାତୃ ବିୟୋଗ ଘଟିଛି। ଏହି ଘଟଣା ଜଣାପଡିବା ପରେ ପାକିସ୍ତାନ ଦଳର ଖେଳାଳିମାନେ ହାତରେ କଳା ବ୍ୟାଚ୍‌ ପିନ୍ଧି ପଡିଆକୁ ଓହ୍ଲାଇଥିଲେ। କେବଳ ଏତିକି ନୁହେଁ, ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡ ମଧ୍ୟ ନସିମଙ୍କ ମା’ଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ନସିମ ଏବେ ଗସ୍ତ ଅଧାରୁ ଛାଡି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ସୂଚନାଯୋଗ୍ୟ, ପ୍ରଥମଥର ପାଇଁ ଏତେ କମ୍‌ ବୟସରେ ନସିମଙ୍କୁ ଅନ୍ତର୍ଜାତୀୟ ଦଳରେ ସାମିଲ କରାଯାଇଥିଲା। ନଭେମ୍ବର ୮ରୁ ଅଷ୍ଟ୍ରେଲିଆ ବିପକ୍ଷରେ ଆରମ୍ଭ ହେଉଥିବା ପ୍ରଥମ ଟେଷ୍ଟରେ ସେ ଡେବ୍ୟୁ କରିଥାନ୍ତେ। କିନ୍ତୁ ଏହା ପୂର୍ବରୁ ଏଭଳି ଦୁଃଖଦ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri