Posted inଖେଳ

‘ମୁଁ ପୁଣି ହ୍ୟାଟ୍ରିକ କାହିଁକି ନେଇପାରିବି ନାହିଁ’

ଲଣ୍ଡନ,୨୭।୫(ପିଟି)- ୨୦୦୭ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଶ୍ରୀଲଙ୍କା ପେସର ଲସିଥ ମାଲିଙ୍ଗା କ୍ରମାଗତ ୪ ଉଇକେଟ ନେଇଥିଲେ। ଚଳିତ ବିଶ୍ୱକପ୍‌ରେ ମଧ୍ୟ ହ୍ୟାଟ୍ରିକ ନେବାକୁ ଲକ୍ଷ୍ୟ ରଖିଛନ୍ତି। ମୁଁ କ’ଣ ପାଇଁ ଆଉ ଏକ ହ୍ୟାଟ୍ରିକ ନେଇପାରିବି ନାହିଁ। ମୁଁ ଏବେ ମଧ୍ୟ ଚେଷ୍ଟା କରୁଛି, ଯାହାକି ମୋତେ ସ୍ବତନ୍ତ୍ର କରି ରଖିବ। ଏଠାକାର ଅନୁକୂଳ ପାଣିପାଗ ଯୋଗୁ ମୋତେ ଇଂଲଣ୍ଡରେ ଖେଳିବାକୁ ଭଲ ଲାଗେ ବୋଲି ମାଲିଙ୍ଗା କହିଛନ୍ତି। ଡେଥ ଓଭର ସ୍ପେଶାଲିଷ୍ଟ ବୋଲର ଲସିଥ ମାଲିଙ୍ଗାଙ୍କୁ ପୂର୍ବତନ ଅଲରାଉଣ୍ଡର ସନଥ ଜୟସୁରିୟା(୩୨୨)ଙ୍କୁ ଅତିକ୍ରମ କରିବା ଲାଗି ଆଉ ମାତ୍ର ଗୋଟିଏ ଦିନିକିଆ ଉଇକେଟ ଦରକାର। ଏଥିସହ ସେ ଦିନିକିଆ ଫର୍ମାଟର ସର୍ବକାଳୀନ ଉଇକେଟ ନେଇଥିବା ଟପ୍‌ ୧୦ ବୋଲରଙ୍କ ମଧ୍ୟରେ ସାମିଲ ହେବେ। ୩୫ ବର୍ଷୀୟ ବୋଲର ଆଇପିଏଲ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ମୋଟ ୧୬ ଉଇକେଟ ନେଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଫାଇନାଲରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଆଇପିଏଲ ସଫଳତା ଯୋଗୁ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। କିନ୍ତୁ ଏଠାରେ ପରିସ୍ଥିତି ଓ ଫର୍ମାଟ ଭିନ୍ନ। ଉଇକେଟ ନେବାର ଦକ୍ଷତା ସହିତ ମୋ ନିକଟରେ ଅଭିଜ୍ଞତା ମଧ୍ୟ ରହିଛି ବୋଲି ପୂର୍ବତନ ଅଧିନାୟକ ମାଲିଙ୍ଗା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri