୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବାରେ ନିୟୋଜିତ ଅଛନ୍ତି। ବର୍ତ୍ତମାନ ପ୍ରବଳ ଗୁଳୁଗୁଳି ହେଉଥିବାରୁ ଲୋକେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ବିଦ୍ୟୁତ୍‌ ପହଞ୍ଚତ୍ ନ ଥିବାରୁ ମଝିରେ ମଝିରେ କେତେକ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଉଛି। ତେବେ ଏଭଳି ସମୟରେ ଧୈର୍ଯ୍ୟ ଧରି ପୁନରୁଦ୍ଧାର କାମରେ ସହଯୋଗ କରିବାକୁ ସେସୁର ବରିଷ୍ଠ ଅଧିକାରୀ ପ୍ରଦୀପ ସାହୁ କହିଛନ୍ତି।
ବର୍ତ୍ତମାନ ସୁଦ୍ଧା ବିଦ୍ୟୁତ୍‌ ଯୋଗାଣ ସ୍ଥିତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସାହୁ କହିଛନ୍ତି, ପୁରୀ ଜିଲାରେ ପୁରୀ ଡିଭିଜନରେ ପ୍ରାୟ ୧ଲକ୍ଷ ୫୦ ହଜାର ଗ୍ରାହକ ଅଛନ୍ତି। ସେଥିମଧ୍ୟରୁ ପୁରୀ ସହର ଏବଂ ଉପକଣ୍ଠ ଅଞ୍ଚଳରେ ୬୩,୦୦୦ ଉପଭୋକ୍ତା ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୪୩,୦୦୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆସରିଛି। ଆସନ୍ତା ୨/୩ ଦିନ ମଧ୍ୟରେ ସବୁ ଗ୍ରାହକଙ୍କ ପାଖରେ ବିଦ୍ୟୁତ୍‌ ପହଞ୍ଚାଇବାର ଲକ୍ଷ୍ୟ ରଖିଛୁ। ପୁରୀ ସହର ଏବଂ ଏହାର ଆଖପାଖ ଅଞ୍ଚଳକୁ ବାଦ୍‌ ଦେଲେ ସାକ୍ଷୀଗାପାଳ, ଚନ୍ଦନପୁର, କଣାସ, ଗୋପ, ବ୍ରହ୍ମଗିରି, ସାତଶଙ୍ଖ, ଡେଲାଙ୍ଗ, ସାତପଡ଼ା ପ୍ରଭୃତି ଅଞ୍ଚଳରେ ୯୫,୦୦୦ ଗ୍ରାହକ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହିସବୁ ଅଞ୍ଚଳରେ ୩,୦୦୦ ଗ୍ରାହକଙ୍କୁ ସଂଯୋଗ ଦିଆଯାଇଛି। ମୁଖ୍ୟତଃ ବଜାରଗୁଡ଼ିକୁ ବିଦ୍ୟୁତ୍‌ ଯୋଗାଣ ହୋଇଛି। ଅନ୍ୟପକ୍ଷରେ ପୁରୀ ଡିଭିଜନରେ ଥିବା ୧୫ଟି ୩୩ କେଭି ସବ୍‌ଷ୍ଟେଶନକୁ ସଂଯୋଗ ଦିଆସରିଛି। ତେଣୁ ଆଗକୁ କାମ ଆହୁରି ତ୍ୱରାନ୍ବିତ ହେବ। ତେବେ ଜୁନ୍‌ ମାସ ଶେଷ ଆଡକୁ ଅର୍ଥାତ୍‌ ରଥଯାତ୍ରା ପୂର୍ବରୁ ସମ୍ପୂର୍ଣ୍ଣ ଜିଲାକୁ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ କରିବା ଲାଗି ଆଶା ରଖିଛୁ। ଏହାକୁ ନଜରରେ ରଖି ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି। ତେବେ ବର୍ତ୍ତମାନ ଖରା ବଢୁଥିବାରୁ ଏବଂ ଆଗକୁ ଯଦି ବର୍ଷା ହୁଏ ତେବେ କାମରେ ବାଧା ଉପୁଜିପାରେ ବୋଲି ସାହୁ କହିଛନ୍ତି। ସାହୁ ଆହୁରି ମଧ୍ୟ କହିଛନ୍ତି, ନବକଳେବର ସମୟରେ ପୁରୀରେ ବିଦ୍ୟୁତ୍‌ ଭିତ୍ତିଭୂମିକୁ ସୁଦୃଢ କରାଯାଇଥିଲା। ୮୦ କିମି ଭୂତଳ କେବୁଲ ପଡିଥିବାରୁ ଆଜି ବିଦ୍ୟୁତ୍‌ ଯୋଗାଣ ଶୀଘ୍ର ସମ୍ଭବ ହୋଇପାରୁଛି। ନଚେତ୍‌ ବାତ୍ୟାରେ ପୁରୀ ଜିଲାରେ ବିଭାଗର ଯେଉଁ ପରିମାଣର କ୍ଷୟକ୍ଷତି ହୋଇଥିଲା ବିଦ୍ୟୁତ୍‌ ଯୋଗାଣ ପାଇଁ ପ୍ରାୟ ୨ ମାସ ସମୟ ଲାଗିଯାଇଥାନ୍ତା ବୋଲି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri