Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ରାହାନେ

ନୂଆଦିଲ୍ଲୀ,୧୪।୧୧- ଭାରତୀୟ ଟେଷ୍ଟ ଦଳର ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଆଇପିଏଲର ଆଗାମୀ ସଂସ୍କରଣରେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳିବେ। ଅଦଳବଦଳ ପ୍ରକ୍ରିୟାର ଅନ୍ତିମ ଦିନ ରାହାନେଙ୍କ ସମ୍ପର୍କରେ ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ଦିଲ୍ଲୀ ଦଳରେ ସାମିଲ ହେବାରେ ସେ ଦ୍ୱିତୀୟ ହାଇ ପ୍ରୋଫାଇଲ ଭାରତୀୟ କ୍ରିକେଟର। ତାଙ୍କ ପୂର୍ବରୁ ଦଳ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦଳରେ ସାମିଲ କରିଛି। କ୍ୟାପିଟାଲ୍ସ ଦଳରେ ପୂର୍ବରୁ ଟପ୍‌ ଅର୍ଡରରେ କେବଳ ଭାରତୀୟ ବ୍ୟାଟ୍ସମ୍ୟାନ ଥିଲେ। ଶିଖର ଧାଓ୍ବନ, ପଥ୍ବୀ ଶ, ଶ୍ରେୟାସ ଆୟାର ଓ ରିଷଭ ପନ୍ତ ଟପ୍‌ ୪ ସ୍ଥାନରେ ବ୍ୟାଟିଂ ଆସୁଥିଲେ। ଏବେ ରାହାନେ ସାମିଲ ହେବାରୁ ବ୍ୟାଟିଂ ଅର୍ଡରରେ ନିଶ୍ଚିତ ପରିବର୍ତ୍ତନ ଆଶା କରାଯାଉଛି। ରାଜସ୍ଥାନ ଫ୍ରାଞ୍ଚାଇଜ ପାଇଁ ରାହାନେ ୨୦୧୧ରୁ ୨୦୧୫ ଓ ୨୦୧୮-୧୯ ସଂସ୍କରଣରେ ପ୍ରାୟ ୧୦୦ ମ୍ୟାଚ୍‌ ଖେଳିଛନ୍ତି। ଗତବର୍ଷ ରାହାନେଙ୍କୁ ସିଜନ ମଧ୍ୟାନ୍ତରରେ ଅଧିନାୟକ ପଦରୁ ବିଦା କରାଯାଇ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥଙ୍କୁ ଦାୟିତ୍ୱ ଦିଆଯାଇଥିଲା। ନେତୃତ୍ୱ ଚାପରୁ ମୁକ୍ତି ପାଇବା ପରେ ରାହାନେଙ୍କ ପ୍ରଦର୍ଶନରେ ଉନ୍ନତି ଆସିଥିଲା। ଏକ ଶତକ ସହ ୧୪ ମ୍ୟାଚ୍‌ରେ ସେ ୩୯୩ ରନ୍‌ କରିଥିଲେ। ମୋଟରେ ସେ ୧୪୦ ଆଇପିଏଲ ମ୍ୟାଚ୍‌ ଖେଳି ୩୮୨୦ ରନ୍‌ କରିଛନ୍ତି। ରୟାଲ୍ସ ବ୍ୟତୀତ ମୁମ୍ବାଇ ଇଣ୍ଡିଆନ୍ସ ଓ ରାଇଜିଂ ପୁଣେ ସୁପରଜିଆଣ୍ଟ ପାଇଁ ଖେଳିଥିଲେ। ଅନ୍ୟପକ୍ଷରେ ରାଜସ୍ଥାନ ରୟାଲ୍ସ ସ୍ପିନର ମୟଙ୍କ ମାର୍କଣ୍ଡେ ଓ ରାହୁଲ ତଓ୍ବୋତିଆଙ୍କୁ ଦଳରେ ସାମିଲ କରିଛି। ଉଭୟେଙ୍କୁ ପ୍ରଥମେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀକୁ ଦେଇଥିଲା। ମୁମ୍ବାଇ ପାଇଁ ଗତ ଦୁଇ ସିଜନରେ ଖେଳିଥିବା ମାର୍କଣ୍ଡେ ୧୭ ମ୍ୟାଚ୍‌ରେ ୧୬ ଉଇକେଟ ନେଇଥିବାବେଳେ ୨୦୧୪ରେ ଆଇପିଏଲ ପଦାର୍ପଣ କରିଥିବା ତଓ୍ବେତିଆ ଏପର୍ଯ୍ୟନ୍ତ ୨୦ ମ୍ୟାଚ୍‌ ଖେଳି ୧୪ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri