ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ କୁହାଯିବା ଘଟଣା: ଗଣଶିକ୍ଷା ମନ୍ତ୍ରୀ କହିଲେ ‘ତ୍ରୁଟି ଅନିଚ୍ଛାକୃତ’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍‌ଲେଟ୍‌ (ପ୍ରଚାରପତ୍ର)ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ଦର୍ଶାଯାଇଛି। ତେବେ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧାନସଭାରେ ବିବୃତି ରଖିଛନ୍ତି। ଘଟଣାକୁ ବିଭ୍ରାନ୍ତ ଏବଂ ପରିବର୍ତ୍ତନ କରି ଦର୍ଶାଇବା ଉଦ୍ଦେଶ୍ୟ ନ ଥିଲା। ଲିଫ୍‌ଲେଟ୍‌ ପ୍ରସ୍ତୁତିରେ ସମ୍ପୃକ୍ତ କର୍ମଚାରୀଙ୍କୁ ସେବାନିବୃତ୍ତ କରାଯିବ। ଘଟଣା ନେଇ ୨ ଅଧିକାରୀଙ୍କୁ କୈଫିୟତ ତଲବ କରାଯାଇଛି। ଏଥିସହ ମାସକ ମଧ୍ୟରେ ପୁନଃ ମୁଦ୍ରଣ କରି ଲିଫ୍‌ଲେଟ୍‌ ବଣ୍ଟାଯିବ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ଉକ୍ତ ଲିଫ୍‌ଲେଟ୍‌କୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଥିଲା। ଏପରିକି ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କରିବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମନ୍ତ୍ରୀଙ୍କୁ ଶନିବାର ଗୃହରେ ବିବୃତି ଦେବାକୁ ରୁଲିଂ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri