ହେଲ୍‌ମେଟ ନ ପିନ୍ଧିଲେ ଘରକୁ ଯିବ ଚାଲାଣ

ଅନୁଗୋଳ ଅଫିସ, ୨୮।୫

ରାସ୍ତା ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସାସେବା ଯୋଗାଇ ଦିଆଯିବ ସେ ସମ୍ପର୍କରେ ଗଠିତ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଧନଞ୍ଜୟ ସେନାପତି ଯୋଗଦେଇ ୨୦୧୮ରେ ଜିଲାରେ ଘଟିଥିବା ୪୬୦ ଦୁର୍ଘଟଣାରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଛି ଓ ୪୪୨ ଜଣ ଆହତ ହୋଇଥିବା ତଥ୍ୟ ରଖିଥିଲେ। ସେହିପରି ଚଳିତବର୍ଷ ଜାନୁୟାରୀ ୧ରୁ ଏପ୍ରିଲ ୩୦ ମଧ୍ୟରେ ୭୩ଟି ଦୁର୍ଘଟଣାରେ ୩୬ ଜଣ ପ୍ରାଣ ହରାଇଥିବା ବେଳେ ୭୩ ଜଣ ଆହତ ହୋଇଥିବା ସେ ପ୍ରକାଶ କରିଥିଲେ। ହେଲେମେଣ୍ଟ ନ ପିନ୍ଧି ଗାଡ଼ି ଚଳାଉଥିବା ଚାଳକଙ୍କ ଘରକୁ ଜରିମାନା ଚାଲାଣ ପଠାଯିବାକୁ ସ୍ଥିର କରାଯାଇଥିଲା।
ବୈଠକରୁ ଜଣାପଡ଼ିଛି ଯେ, ଏଣିକି ବିଭିନ୍ନ ଛକରେ ହେଲମେଟ ଚେକିଂ ପାଇଁ ଅଟୋମେଟିକ କ୍ୟାମେରାର ସହାୟତା ନିଆଯିବ। ବିନା ହେଲମେଟରେ ଗାଡ଼ି ଚଳାଉଥିବା ଚାଳକମାନଙ୍କ ଗାଡ଼ି ନମ୍ବର ସ୍କାନ କରାଯିବା ସହ ଚାଲାଣ କଟାଯାଇ ସମ୍ପୃକ୍ତ ଚାଳକଙ୍କ ଘର, ଅଦାଲତ ଓ ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନିକଟକୁ ପଠାଯିବ। ପ୍ରଥମ ପର୍ଯ୍ୟାୟରେ ଥାନା ଛକ, ହୁଲୁରୁସିଙ୍ଗା ଛକ ଓ ରାଜା ହୋଟେଲ ଛକରେ ଏହି କ୍ୟାମେରା ଲଗାଯିବ ବୋଲି ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଥିଲେ। ହରିମହୁରୀ ଛକରୁ ଯାଇଥିବା ବାଇପାସ୍‌ ରୋଡ୍‌ରେ କେନ୍ଦ୍ରୀୟ ବିଦ୍ୟାଳୟ ଓ ସରସ୍ବତୀ ବିଦ୍ୟା ମନ୍ଦିର ଥିବାବେଳେ ଉକ୍ତ ରାସ୍ତାରେ ଭାରିଯାନ ପାର୍କିଂ ସହ ଲୋକମାନେ ଅଳିଆ ଆବର୍ଜନା ଫିଙ୍ଗୁଥିବାରୁ ବୈଠକରେ କ୍ଷୋଭ ପ୍ରକାଶ ପାଇଥିଲା। ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ତୁରନ୍ତ ଉକ୍ତ ରାସ୍ତାରୁ ଆବର୍ଜନା ହଟାଇବାକୁ ପରାମର୍ଶ ଦିଆଯିବା ସହ ଛାତ୍ରୀଛାତ୍ରମାନଙ୍କ ଯାତାୟାତ ସୁବିଧା ପାଇଁ ଭାରିଯାନ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଥିଲା। ଅନୁଗୋଳରୁ ସମ୍ବଲପୁର ପର୍ଯ୍ୟନ୍ତ ୧୨୩ କିଲୋମିଟର ରାସ୍ତାରେ ୯ଟି ବ୍ଲାକ୍‌ ସ୍ପଟ୍‌ ଓ ଅନୁଗୋଳରୁ ଢେଙ୍କାନାଳ ପର୍ଯ୍ୟନ୍ତ ୬୧ କିଲୋମିଟର ରାସ୍ତାରେ ୧୦ଟି ବ୍ଲାକ୍‌ ସ୍ପଟ୍‌ ଚିହ୍ନଟ କରାଯାଇ ସାଂକେତିକ ଚିହ୍ନ ସହ ରମ୍ବଲର୍ସ ଲଗାଯାଇଥିବା ସମ୍ବଲପୁର ଓ ଢେଙ୍କାନାଳ ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ବୈଠକରେ ସୂଚନା ଦେଇଥିଲେ। ଏହାଛଡ଼ା ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇ ଉଭୟ ରାସ୍ତାର ଦୁର୍ଘଟଣା ପ୍ରବଣ ଅଞ୍ଚଳ ଗୁଡ଼ିକୁ ଚିହ୍ନଟ କରି ପ୍ରତିକାର ପାଇଁ ପଦକ୍ଷେପ ନେବାକୁ ଏସ୍‌ପି ପ୍ରସ୍ତାବ ରଖିଥିଲେ। ଏହି ବୈଠକରେ ସମ୍ବଲପୁର ଓ ଢେଙ୍କାନାଳ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପ୍ରତିନିଧି, ଗାୟତ୍ରୀ କନଷ୍ଟ୍ରକଶନର କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri