୩ମାସ ଧରି ଅନ୍ଧାରରେ ୯ ଆଦିବାସୀ ଗାଁ

ଗଣିଆ,୧୯ା୧୧(ଡି.ଏନ.ଏ.): ପ୍ରତି ଗାଁର ସମସ୍ତ ପରିବାର ଯେପରି ବିଦ୍ୟୁତ୍‌ ସେବା ପାଇପାରିବେ ସେଥିପାଇଁ ସରକାର ସମସ୍ତ ବ୍ୟବସ୍ଥା କରୁଥିବା କହୁଛନ୍ତି। ନୟାଗଡ଼ ଜିଲା ଗଣିଆ ବ୍ଲକର ଆଦିବାସୀ ଅଞ୍ଚଳ ବଡଶିଲିଙ୍ଗା ପଞ୍ଚାୟତରେ ଏହାର ବାସ୍ତବ ଚିତ୍ର କିନ୍ତୁ ଅଲଗା। ଅଧଘଣ୍ଟା ବିଜୁଳି ଆଲୋକ ଦେଖିବା ପରେ ୩ମାସ ହେଲା ଏହି ପଞ୍ଚାୟତର ୯ ଆଦିବାସୀ ଗାଁ ଅନ୍ଧାରରେ ଅଛନ୍ତି।
ବିଦ୍ୟୁତ୍‌ ସେବା ପାଇଁ ଏହି ପଞ୍ଚାୟତର ଆଦିବାସୀମାନେ ଦାବି ଉପସ୍ଥାପନ କରିବା ସହ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବା ପରେ ଗତବର୍ଷ କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୀନଦୟାଲ ଉପାଧ୍ୟାୟ ବିଦ୍ୟୁତ୍‌କରଣ ଯୋଜନାରେ ଓପିସିଏଲ ଜରିଆରେ ଗୁପ୍ତା କମ୍ପାନୀକୁ କାର୍ଯ୍ୟ କରିବା ପାଇଁ ଅନୁମତି ଦିଆଯାଇଥିଲା। ଗୁପ୍ତା କମ୍ପାନୀ ଦ୍ୱାରା ଏହି ପଞ୍ଚାୟତର ମଳାସପଦର, ଶଗଡଭଙ୍ଗା, ଗୋଛାବାରି, କୁଚୁମରା, ଇନ୍ଦାଗାଡୁ, ସେକେଟାପଲ୍ଲୀ, ବୁରିଆପାଜୁ, ଇଡେଇ, ଜାନକାଝୋଲା, ଢିପିସାହି, ବାଙ୍କଝରି ଓ ଡୁଇସିଂ ଆଦି ଗ୍ରାମରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ା ଏଥି ମଧ୍ୟରୁ କେତେକ ଗ୍ରାମରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଉ କେତେକ ଗ୍ରାମରେ ଅଧାପନ୍ତରିଆ ଭାବେ ପଡିରହିଛି। ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ଗ୍ରାମଗୁଡିକ ମଧ୍ୟରୁ ୯ଟି ଗାଁ ୩ମାସ ହେଲା ଅନ୍ଧାରରେ ରହିଛନ୍ତି। ସଂଯୋଗ ପରେ ଡୁଇସିଂ ଓ ବାଙ୍କଝରି ଗ୍ରାମର ଲୋକେ କେବଳ ଅଧଘଣ୍ଟା ପାଇଁ ବିଦ୍ୟୁତ୍‌ ଆଲୋକ ଦେଖିଥିଲେ ା ପରେ କିଛି ତ୍ରୁଟି ଯୋଗୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୋକ ଦେଖିବାରୁ ଏହି ୨ ଗ୍ରାମବାସୀ ବଞ୍ଚତ୍ତ ହୋଇଛନ୍ତି। ସେହିପରି ନିମ୍ନମାନର କେବୁଲ୍‌ରେ ବିଦ୍ୟୁତ୍‌ ଯୋଗାଣ ଯୋଗୁ ବାରମ୍ବାର ବିଭ୍ରାଟ ଦେଖାଦେଉଛି। ଏହାର ସ୍ଥାୟୀ ମରାମତି ପାଇଁ ସ୍ଥାନୀୟ ଜନସାଧାରଣ ବିଭାଗୀୟ ଅଧିକାରୀଙ୍କ ଦ୍ୱାରସ୍ଥ ହେବା ସହ ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଅଭିଯୋଗ କରିଥିଲେ। ତୁରନ୍ତ ମରାମତି କାର୍ଯ୍ୟ କରିବା ପାଇଁ ଜିଲାପାଳ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସୁଫଳ ମିଳିନି। ତୁରନ୍ତ ବିଦ୍ୟୁତ୍‌ ସେବା ଯୋଗାଇ ଦିଆ ନ ଗଲେ ଆଦିବାସୀଙ୍କ ଅସନ୍ତୋଷ ଆନ୍ଦୋଳନ ରୂପ ନେବ ବୋଲି ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ କୁମାର ନାୟକ, ନାଏବ ସରପଞ୍ଚ ବିପ୍ରଚରଣ ମଳିକ, ଉପେନ୍ଦ୍ର ପ୍ରଧାନ ଓ ଅକ୍ରୁର ମଳିକ ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ଦଶପଲ୍ଲା ବିଦ୍ୟୁତ୍‌ ସବ୍‌ଡିଭିଜନ ଏସ୍‌ଡିଓ ଚିତ୍ତରଞ୍ଜନ ବେହେରାଙ୍କୁ ପଚାରିବାରୁ ସେ କହିଥିଲେ, ଗୁପ୍ତା କମ୍ପାନୀ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ ଶେଷ କରି ସେସୁ ବିଭାଗକୁ ହସ୍ତାନ୍ତର କରିନାହିଁ। କେବୁଲରେ ତ୍ରୁଟି ଯୋଗୁ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଘଟୁଛି। ଏ ନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri