ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍‌କାଳୀନ ପାଣ୍ଠି ବାବଦରେ ପ୍ରତି ପ୍ରାଥମିକ ସମବାୟ ସମିତିକୁ ୨ ଲକ୍ଷ ଟଙ୍କା ଲେଖାଏ ସରକାରୀ ସହାୟତା ଫିଶ୍‌ଫେଡ୍‌ ମାଧ୍ୟମରେ ଦିଆଯାଉଛି। ସମ୍ପ୍ରତି ରାଜ୍ୟରେ ୭୩୨ ସକ୍ରିୟ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି କାର୍ଯ୍ୟ କରୁଛି। ମାଛ ଉତ୍ପାଦନ ବୃଦ୍ଧି ଦିଗରେ ମତ୍ସ୍ୟ ସମବାୟ ସମିତିକୁ ଅଧିକ କ୍ରିୟାଶୀଳ କରି ରାଜ୍ୟରେ ନୀଳ ବିପ୍ଳବକୁ ସାକାର କରିବାକୁ ହେବ। ଓଡ଼ିଶାରେ ମାଛ ଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଥିବା ପରିପ୍ରେକ୍ଷୀରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଉତ୍ପାଦନ ବୃଦ୍ଧି ସହିତ ରାଜ୍ୟକୁ ଏ କ୍ଷେତ୍ରରେ ସ୍ବାବଲମ୍ବୀ କରିବାକୁ ପଡ଼ିବ ବୋଲି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି। ସୋମବାର ଓଡ଼ିଶା ରାଜ୍ୟ ମତ୍ସ୍ୟ ସମବାୟ ନିଗମ ଲିଃ (ଫିଶ୍‌ଫେଡ୍‌) ଓ ଫିସ୍‌କୋ ଫେଡ୍‌ର ମିଳିତ ଆନୁକୂଲ୍ୟରେ ରବୀନ୍ଦ୍ରମଣ୍ଡପରେ ରାଜ୍ୟସ୍ତରୀୟ ନିଖିଳ ଭାରତ ସମବାୟ ସପ୍ତାହ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ‘ସମବାୟ ମାଧ୍ୟମରେ ମତ୍ସ୍ୟଜୀବୀଙ୍କ ବିକାଶ’ ଶୀର୍ଷକ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ଏହା କହିଛନ୍ତି।
ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ, କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ର ସହିତ ଜଡ଼ିତ ଲୋକଙ୍କ ଆର୍ଥିକ ବିକାଶରେ ସମବାୟର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁବର୍ଗର ଲୋକଙ୍କୁ ସମବାୟ ସହିତ ଯୋଡ଼ି ସେମାନଙ୍କୁ ସମ୍ମିଳିତ ବିକାଶ ପ୍ରକ୍ରିୟାରେ ସାମିଲ କରିବାକୁ ପଡ଼ିବ ବୋଲି ସେ କହିଥିଲେ।
ଫିଶ୍‌ଫେଡ୍‌ ସଭାପତି ଟି. ପ୍ରସାଦରାଓ ଦୋରାଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ, ନୂଆଦିଲ୍ଲୀ ଜାତୀୟ ସମବାୟ ମହାସଂଘର ମୁଖ୍ୟ କାର୍ଯ୍ୟନିର୍ବାହୀ ଏନ୍‌. ସତ୍ୟନାରାୟଣ, ଫିଶ୍‌କୋଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିମଳ କୁମାର ମିଶ୍ର ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଫିଶ୍‌ଫେଡ୍‌ କନ୍ୟାରତ୍ନ ଯୋଜନାରେ ୩୦ଜଣ ମତ୍ସ୍ୟଜୀବୀ ଓ ମତ୍ସ୍ୟଚାଷୀଙ୍କ କନ୍ୟାଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ୧୦ ହଜାର ଟଙ୍କା ଲେଖାଏ ଅର୍ଥରାଶି ପ୍ରଦାନ କରାଯାଇଥିଲା। ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୯ ସମବାୟ ସମିତିକୁ ସମ୍ବର୍ଦ୍ଧିତ କରାଯିବା ସହିତ ସମବାୟ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଅବସରପ୍ରାପ୍ତ ଅଧିକାରୀଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଫିଶ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଉମେଶ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ। ପ୍ରାରମ୍ଭରେ ଆୟୋଜିତ ଏକ ପ୍ରଦର୍ଶନୀକୁ ମନ୍ତ୍ରୀ ଡ. ସାହୁ ଉଦ୍‌ଘାଟନ କରିଥିଲେ। କର୍ମଶାଳାରେ ପ୍ରାଥମିକ ସମବାୟ ସମିତି ସଭ୍ୟାମାନଙ୍କୁ ମାଛଚାଷ ସମ୍ବନ୍ଧୀୟ ଜ୍ଞାନକୌଶଳ, କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଓ ସମବାୟ ସମିତି ସହିତ ଜଡ଼ିତ ବିଭିନ୍ନ ଆଇନ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri