ଜିଲାପାଳ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୯।୧୧: ଖରିଫ ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧକରି ମଙ୍ଗଳବାର ଚାଷୀମାନେ ବରଗଡ଼ ଜିଲାପାଳଙ୍କ ଅଫିସରେ ତାଲା ପକାଇଛନ୍ତି। ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ଗୌରଚନ୍ଦ୍ର ଖମାରୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଜିଲାପାଳ ଅଫିସକୁ ଯାଇଥିଲେ। ତେବେ ସେମାନେ ପହଞ୍ଚିବା ପୂର୍ବରୁ ପୋଲିସ ଜିଲାପାଳ ଅଫିସ ମୁଖ୍ୟ ଫାଟକ ବନ୍ଦକରି ରଖିଥିଲା। ଜିଲାପାଳ ଚାଷୀମାନଙ୍କ ସମ୍ମୁଖକୁ ଆସି ଟୋକନ ବ୍ୟବସ୍ଥା ଉପରେ ମତ ରଖିବାକୁ ସେମାନେ ଦାବି କରିଥିଲେ। ମାତ୍ର ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଅନୁପସ୍ଥିତ ଥିବା ଯୋଗୁ ସେଠାକୁ ଆସି ପାରି ନ ଥିଲେ। ପରେ ପୋଲିସ ବାରଣ କରିବା ସତ୍ତ୍ୱେ ଚାଷୀମାନେ ତାଲା ପକାଇବାକୁ ଅଡି ବସିଥିଲେ। ଯୁବନେତା ନିପନ କୁମାର ଦାଶ ଜିଲାପାଳ ଅଫିସ ମୁଖ୍ୟ ଫାଟକରେ ତାଲା ପକାଇଥିଲେ। ଏହା ପୂର୍ବରୁ ଚାଷୀମାନେ ସିଏସ୍‌ଓ ଏବଂ ଡିଆର୍‌ସିଏସ୍‌ ଅଫିସରେ ତାଲା ପକାଇଥିଲେ। ଚାଷୀନେତା ଲକ୍ଷ୍ମଣ ପ୍ରଧାନ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri