ସୋର, ୨୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଦୀଗାଁ ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନା ଆଇସିୟୁରେ ଭର୍ତ୍ତି କରାଯାଇଛି। ସୋର ପୋଲିସ ଏକ ମାମଲା(ନଂ. ୫୭୬/୧୯) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ଜଣେ ଶିକ୍ଷକ ଏବଂ ଜଣେ ଛାତ୍ରଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ବାସୁଦେବପୁର ଅଞ୍ଚଳର ଦୁଇ ଭଉଣୀ ଏହି ବିଦ୍ୟାଳୟରେ ପଢନ୍ତି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଛାତ୍ରୀଜଣକ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ଖବରପାଇ ତାଙ୍କ ମା’ ସେଠାରେ ପହଞ୍ଚି ଝିଅଙ୍କୁ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନା ନେଇଯାଇଥିଲେ। ସେଠାରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏଥିରେ ଜଣେ ଶିକ୍ଷକ ସମ୍ପୃକ୍ତ ଥିବା ଅନ୍ୟ ଭଉଣୀଜଣକ ମା’ ପାଖରେ କହିବା ପରେ ଛାତ୍ରୀଙ୍କ ବାପା ସୋର ଥାନାରେ ଅଭିଯୋଗ କରିଛନ୍ତି। ସୋର ପୋଲିସ କଟକ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...
ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ
ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...
ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି
ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...
ମୋକିମ୍ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…
ଭୁବନେଶ୍ୱର, ୧୫।୧୨: ମହମଦ୍ ମୋକିମ୍ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...
ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା
ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...
ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ
ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...
ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ
ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
Archives


