Posted inଜାତୀୟ

ଶିଶୁଙ୍କ ବିରୋଧରେ ଯୌନ ହିଂସା: ତଦନ୍ତ, ଶୁଣାଣି ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ,୨୦ା୧୧(ପି.ଟି.) : ଦେଶରେ ଶିଶୁଙ୍କ ବିରୋଧରେ ଯୌନ ହିଂସା ବଢ଼ିବାରେ ଲାଗିଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଶିଶୁଙ୍କୁ ଯୌନ ଉତ୍ପୀଡ଼ନ କ୍ଷେତ୍ରରେ ତଦନ୍ତ ଓ ଶୁଣାଣି ସ୍ଥିତି ଅଚମ୍ବିତ କରିଦେବା ଭଳି ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣୀ ଦେଇଛନ୍ତି। ଏହାସହ ଏଭଳି ମାମଲାଗୁଡ଼ିକର ତଦନ୍ତ ତୁରନ୍ତ କରାଇ ଶୁଣାଣି ସମ୍ପୂର୍ଣ୍ଣ କରାଇବା ସକାଶେ କେନ୍ଦ୍ର ଓ ସମସ୍ତ ରାଜ୍ୟ ସରକାରଙ୍କୁ ଅଧିକ ତତ୍ପରତା ଦେଖାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବଳାତ୍କାର ମାମଲା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଥିବାବେଳେ ସୁପ୍ରିମକୋର୍ଟ ଏହାକୁ ନେଇ ନିଜଆଡ଼ୁ ବିଚାର ଆରମ୍ଭ କରିଛନ୍ତି। ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ବଳରେ ୧୦୦ରୁ ଅଧିକ ମାମଲା ରୁଜୁ ହୋଇଥିବା ଜିଲାଗୁଡ଼ିକରେ କେନ୍ଦ୍ର ସରକାରଙ୍କ ପାଣ୍ଠିରେ ଗୋଟିଏ ଲେଖାଏ ସ୍ବତନ୍ତ୍ର ଅଦାଲତ ପ୍ରତିଷ୍ଠା କରିବା ସମେତ କେତେକ ନିର୍ଦ୍ଦେଶନାମା ଏହା ପୂର୍ବରୁ ଜାରି କରିଥିଲେ। ସୁପ୍ରିମକୋର୍ଟ ରେଜିଷ୍ଟ୍ରାର ସୁରିନ୍ଦର ଏସ୍‌. ରାଠିଙ୍କ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟକୁ ଗତ ୧୩ ତାରିଖରେ ତତ୍କାଳୀନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଗ୍ରହଣ କରିଥିଲେ। ଉକ୍ତ ରିପୋର୍ଟରୁ ଚକିତ କରିଦେବା ଭଳି ତଥ୍ୟ ମିଳିଛି। ଶୁଣାଣି ସମ୍ପର୍କରେ ନ କହିବା ଭଲ। ବର୍ଷକରେ ମାତ୍ର ୨୦% ମାମଲାର ବିଚାର ହୋଇପାରିଛି। ପୀଡ଼ିତାଙ୍କୁ ସହାୟତା ଦେବା ପାଇଁ କାହାକୁ ଦାୟିତ୍ୱ ଦିଆଯାଇ ନାହିଁ କିମ୍ବା ସେମାନଙ୍କୁ କ୍ଷତିପୂରଣ ମଧ୍ୟ ମିଳିନାହିଁ। ପ୍ରାୟ ଦୁଇ-ତୃତୀୟାଂଶ ମାମଲା ବର୍ଷାଧିକ ସମୟ ଧରି ପଡ଼ିରହିଛି। ତେଣୁ ପୋକ୍ସୋ ଆଇନ ଅନୁସାରେ ଶିଶୁଙ୍କ ବିରୋଧରେ ଯୌନ ଅପରାଧ ମାମଲାଗୁଡ଼ିକର ଶୁଣାଣି ବର୍ଷକ ମଧ୍ୟରେ ଶେଷ କରିବାକୁ ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନାଙ୍କ ନେଇ ଗଠିତ ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri