ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ଆରମ୍ଭ

ବରଗଡ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ସରକାରଙ୍କ ଏହି ବ୍ୟବସ୍ଥାକୁ ଚାଷୀମାନେ ଦୃଢ ବିରୋଧ କରିଛନ୍ତି। ଫଳରେ ଗତ ୧୫ ତାରିଖରୁ ମଣ୍ତି ଖୋଲିଥିଲେ ସୁଦ୍ଧା ଧାନ କିଣାବିକା ଅଚଳ ହୋଇ ପଡିଛି। ଟୋକନ ବ୍ୟବସ୍ଥାକୁ ବିରୋଧ କରି ସୋମବାରଠାରୁ ଚାଷୀମାନେ ବରଗଡ ଜିଲାର ଅତାବିରା, ଭେଡେନ, ବରଗଡ ଅଞ୍ଚଳରେ ତାଲା ପକାଇ ବିଭିନ୍ନ ସରକାରୀ ଅଫିସକୁ ଅଚଳ କରି ଦେଇଥିବାବେଳେ ବୁଧବାର ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏଥିପାଇଁ ସକାଳୁ ଅତାବିରା ଅଞ୍ଚଳରେ ଦୋକାନ ବଜାର ବନ୍ଦ ରହିଛି। ସେହିପରି ବନ୍ଦ ପାଳନରେ ସ୍ଥାନୀୟ ସରକାରୀ, ବେସରକାରୀ ଅଫିସକୁ ମଧ୍ୟ ସାମିଲ କରାଯାଇଥିବାବେଳେ ଯାନବାହାନ ଚଳାଚଳ ସ୍ବାଭାବିକ ରହିଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଜାରି ରହିବ ବୋଲି ଚାଷୀନେତାମାନେ କହିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ରହିଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri