ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍‌ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ ଅର୍ଗାନାଇଜେଶନ୍‌)ର ମୁଖ୍ୟ ବିଶିଷ୍ଟ ବୈଜ୍ଞାନିକ ଡ. ସତୀଶ ରେଡ଼ୀ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବର ଉଦ୍‌ଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ପ୍ରତିରକ୍ଷା ସଂକ୍ରାନ୍ତ ଗବେଷଣା ତଥା ଯୁଦ୍ଧାସ୍ତ୍ର ପରୀକ୍ଷଣ କ୍ଷେତ୍ରରେ ପିଏକ୍ସଇର ଉଲ୍ଲେଖନୀୟ ଭୂମିକାର ଭୂୟସୀ ପ୍ରଶଂସା କରିଥିଲେ। ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ମହାନିର୍ଦ୍ଦେଶକ (ଏଚ୍‌ଆର୍‌) କେ. ଏସ୍‌. ବରପ୍ରସାଦ, ନିର୍ଦ୍ଦେଶକ (ଏଚ୍‌ଆର୍‌) ଆଲୋକ ମାହି, ନିର୍ଦ୍ଦେଶକ (ଡିଓପି) ଜି.ଏସ୍‌. ଗୁପ୍ତା, ପିଏକ୍ସଇର ପୂର୍ବତନ ନିର୍ଦ୍ଦେଶକ ଗୋରାଚାନ୍ଦ ଦାସ, ଆର ଅପାଭୁରାଜ, ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ସମନ୍ବିତ ପରୀକ୍ଷଣ ପରିସର) ନିର୍ଦ୍ଦେଶକ ଡ. ବିନୟ କୁମାର ଦାସ ଏବଂ ପୂର୍ବତନ ନିର୍ଦ୍ଦେଶକ ଏମ୍‌.ଭି.କେ.ଭି. ପ୍ରସାଦ ପ୍ରମୁଖ ଯୋଗଦେଇ ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ଏହି ସର୍ବପୁରାତନ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।
ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଡି.କେ. ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଉତ୍ସବ ସମିତିର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପଣ୍ଡା ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଟେକ୍‌ନିକାଲ ଅଫିସର-’ବି’ ବନମାଳି ଜେନାଙ୍କୁ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ପୁରସ୍କାର ତଥା ବୈଜ୍ଞାନିକ-‘ଏଫ୍‌’ ଡ. କମଳାକାନ୍ତ ଚାନ୍ଦଙ୍କୁ ଶ୍ରେଷ୍ଠ ବୈଜ୍ଞାନିକ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାବ୍ୟତୀତ ଆଡ଼ମିନ୍‌ ଓ ଟେକ୍‌ନିକାଲ ବିଭାଗର ୧୯ଜଣଙ୍କୁ ଲ୍ୟାବ୍‌ ଆୱାର୍ଡ଼ ଓ ୮ଜଣଙ୍କୁ ୨୫ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବାରୁ ମୋମେଣ୍ଟୋ ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିଏକ୍ସଇର କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପୂର୍ବରୁ ଆୟୋଜିତ ଡ୍ରଇଂ, ରଙ୍ଗୋଲି, କୁଇଜ୍‌ ତଥା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଡ. ହିମାଂଶୁ ଶେଖର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri