ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍‌ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ ୧୫୨ ରନ ସଂଗ୍ରହ କରିଥିଲା। ଏହାର ପିଛା କରି ହାଇକୋର୍ଟ ବାର ଆସୋସିଏଶନ ୧୬.୫ ଓଭରରେ ୪ ୱକେଟ୍‌ ହରାଇ ଆବଶ୍ୟକ ରନ୍‌ ସଂଗ୍ରହ କରି ବିଜୟୀ ହୋଇଥିଲା। ଏଥିରେ ସରୋଜ ବେହେରା ସର୍ବାଧିକ ୪୭ରନ ସଂଗ୍ରହ କରି ମ୍ୟାନ୍‌ ଅଫ ଦି ମ୍ୟାଚ ଭାବେ ପୁରସ୍କୃତ ହୋଇଥିଲେ। ଆଶୁତୋଷ ପାଣି ଓ ପ୍ରାଣନାଥ ଜେନା ଖେଳ ପରିଚାଳନା କରିଥିଲେ। ସ୍କୋରରଭାବେ ବିଶ୍ୱରଞ୍ଜନ ଦାସ ଏବଂ ସୁଶୀଲ କୁମାର ସୁନ୍ଦରାୟ ଯୋଗ ଦେଇଥିଲେ। ଚଣ୍ଡିଖୋଲ ବନପାଳ ଶଶୀକାନ୍ତ ବେହେରା ଅତିଥି ଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଗୁରୁବାର ଏହି ଖେଳ ପଡ଼ିଆରେ ଯାଜପୁରର ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ଓ ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ମଧ୍ୟରେ ମ୍ୟାଚ ହେବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ

ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri