Posted inଖେଳ

କଟକରେ ହେବ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ପ୍ରଥମଥର ପାଇଁ କଟକରେ ବିଗ୍‌ ବାଉଟ୍‌ ଇଣ୍ଡିଆନ ବକ୍ସିଂ ଲିଗ୍‌ ହେବାକୁ ଯାଉଛି। ଡିସେମ୍ବର ୨ରୁ ଏହା ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆର ସିନିୟର ଅଫିସିଆଲମାନେ ଷ୍ଟାଡିୟମର ଭିତ୍ତିଭୂମି ଦେଖି ସନ୍ତୋଷ ପ୍ରକଟ କରିଛନ୍ତି। ଫଳରେ ଏଠାରେ ବକ୍ସିଂର ଏକ ସମ୍ମାନଜନକ ପ୍ରତିଯୋଗିତା ହେବାପାଇଁ ପଥ ପରିଷ୍କାର ହୋଇଯାଇଛି। କଟକ ବ୍ୟତୀତ ଏହି ପ୍ରତିଯୋଗିତା ନୂଆଦିଲ୍ଲୀ ଏବଂ ପଞ୍ଜାବର ଲୁଧିଆନାରେ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି। ଲିଗ୍‌ରେ ମୋଟ ୬ଟି ଦଳ ଅଂଶଗ୍ରହଣ କରିବେ। ଏହା ମଧ୍ୟରେ ଓଡ଼ିଶା ଓ୍ବାରିୟର୍ସ ସାମିଲ। ପ୍ରତି ଦଳରେ ୫ ପୁରୁଷ ଓ ୨ ମହିଳା ବକ୍ସର ରହିବେ। ଅତି ବେଶିରେ ଦଳ ଗୁଡ଼ିକ ୩ ଜଣ ଲେଖାଏ ବିଦେଶୀ ଖେଳାଳିଙ୍କୁ ନେଇ ପାରିବେ। କିମ୍ବଦନ୍ତୀ ମହିଳା ବକ୍ସର ଏମ.ସି. ମେରୀ କମ୍‌ ଏନସିଆର ପଞ୍ଜାବ ରୟାଲ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ତାଙ୍କର ପ୍ରତିଦ୍ୱନ୍ଦ୍ୱୀଭାବେ ବିବେଚିତ ହେଉଥିବା ନିଖତ ଜରୀନ ଓଡ଼ିଶା ଓ୍ବାରିୟର୍ସର ମଙ୍ଗ ସମ୍ଭାଳିବେ। ବିଶ୍ୱ ଚାମ୍ପିୟନଶିପ୍‌ ସିଲଭର ମେଡାଲିଷ୍ଟ ଅମିତ ପଙ୍ଘାଲ ଅଦାନି ଗୁଜରାଟ, ପିଙ୍କି ରାଣୀ ବେଙ୍ଗାଲୁରୁ ଏବଂ ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଇନ୍‌ଗ୍ରିଟ୍‌ ଭାଲେନ୍ସିଆ ବମ୍ବେ ବୁଲେଟ୍ସ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ୨୦୨୦ ଏସିଆନ ରେସଲିଂ ଚାମ୍ପିୟନଶିପ୍‌ ମଧ୍ୟ କଟକରେ ଫେବୃୟାରୀ ୧୮ରୁ ୨୩ ପର୍ଯ୍ୟନ୍ତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ

ଧର୍ମଶାଳା,୫।୫:ଆଇପିଏଲ୍‌ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି,...

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri