ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦେଲେ। ମାତ୍ର ଏହି ନିର୍ଦ୍ଦେଶକୁ ସଦସ୍ୟମାନେ ମାନୁନାହାନ୍ତି। ଗୃହ ଚାଲୁଥିବାବେଳେ ହାତଗଣତି କେତେଜଣ ସଭ୍ୟଙ୍କୁ ବାଦ୍‌ଦେଲେ ଅଧିକାଂଶ ଅନୁପସ୍ଥିତ ରହୁଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ବେଳକୁ ସଦସ୍ୟମାନେ ଉପସ୍ଥିତ ରହୁଛନ୍ତି। ପ୍ରଶ୍ନକାଳ ପରେ ଅଧିକାଂଶ ସିଟ୍‌ ଫାଙ୍କା ପଡ଼ୁଛି। କେବଳ ଶାସକ ନୁହନ୍ତି ବିରୋଧୀ ଦଳ ସଦସ୍ୟଙ୍କର ମଧ୍ୟ ସମାନ ଅବସ୍ଥା । ସମୟ ପୂର୍ବାହ୍ନ ୧୨ଟା ୨୨ ମିନିଟ୍‌। ଶୂନ୍ୟକାଳ ଚାଲିଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବକ୍ତବ୍ୟ ରଖୁଥିଲେ। ଏହି ଗୃହରେ କୌଣସି ମନ୍ତ୍ରୀ ଉପସ୍ଥିତ ନ ଥିଲେ। କେବଳ ଅଳ୍ପ କେତେକ ଶାସକ ସଦସ୍ୟ ନିଜ ସିଟ୍‌ରେ ବସିଥିଲେ। ଗୃହ ଭିତରେ ମନ୍ତ୍ରୀ ମରୁଡ଼ି ଦେଖି ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଚିତ୍କାର କଲେ। କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତି ଓ ସନ୍ତୋଷ ସିଂ ସାଲୁଜା ଏହି ପ୍ରସଙ୍ଗ ଉଠାଇ ପାଟି କଲେ। ଗୃହର ମଧ୍ୟଭାଗକୁ ମାଡ଼ି ଆସିଲେ। ଭାଜପା ସଦସ୍ୟ ମଧ୍ୟ କଂଗ୍ରେସ ସହ ତାଳଦେଇ ପାଟିତୁଣ୍ଡ କଲେ । ହଟ୍ଟଗୋଳ ଦେଖି ବିଧାନସଭା ଲବିରେ ବସିଥିବା ବିଜେଡି ସଦସ୍ୟ ତରବର ହୋଇ ଗୃହ ଭିତରକୁ ପ୍ରବେଶ କଲେ। ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ତୁରନ୍ତ ଆସି ସିଟ୍‌ରେ ବସିଯାଇଥିଲେ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ କଡ଼ା ତାଗିଦ୍‌ କଲେ। ଗୃହ ଚାଲିଥିବାବେଳେ ଜଣେ ଦୁଇଜଣ ମନ୍ତ୍ରୀ ଯେପରି ଉପସ୍ଥିତ ରହିବେ ତାହା ନିଶ୍ଚିତ କରିବାକୁ ବାଚସ୍ପତି ସରକାରୀ ଦଳର ମୁଖ୍ୟ ସଚେତକଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri