ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ କେଶ ନମ୍ବର ୧୯୬/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ମୃତ ଟୁଲୁ ପ୍ରଧାନ ଭୁବନେଶ୍ୱରରେ ରହି ଚାକିରି କରୁଥିଲେ। ଏଠାରେ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିବା ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିରହୁଥିଲା। ଅଧିକାଂଶ ସମୟରେ ସ୍ତ୍ରୀଙ୍କୁ ମାରପିଟ କରୁଥିଲେ ଟୁଲୁ। ଏଥିରେ ଅତିଷ୍ଟ ହୋଇ ଗତ ବୁଧବାର ରାତିରେ ଭାଇଙ୍କ ସହ ମିଶି ସ୍ବାମୀଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା ପରେ ମୃତଦେହ ଗୋଟିଏ ଅଖାରେ ଭର୍ତ୍ତି କରି ଭାଇଭଉଣୀ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ଘଟଣାରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଏହାସହ ସାଇଣ୍ଟିଫିକ୍‌ ଦଳ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିବା ସହ କଟୁରୀ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri