ବ୍ରହ୍ମପୁର ଅଫିସ,୨୨ା୧୧- ବ୍ରହ୍ମପୁର ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଜଣେ ଅପହୃତା ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିଛି। ସେହିପରି ଅଭିଯୁକ୍ତ ପି.ଅନିଲ ଓରଫ ଆଳୁ (୨୭)ଙ୍କୁ ମାମଲା ନଂ. ୮୪/୧୮ରେ ଗିରଫ କରିଛି। ପୋଲିସ ଉଭୟ ପୀଡ଼ିତା ଓ ଅପହରଣକାରୀ ଆଳୁଙ୍କର ଏମ୍କେସିଜି ମେଡିକାଲରେ ଡାକ୍ତରୀମାଇନା କରିଥିଲା। ପରେ ଆଳୁଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ସେହିପରି ପୀଡିତାଙ୍କର ଧାରା ୧୬୪ ଅନୁସାରେ କୋର୍ଟରେ ବୟାନ ରେକର୍ଡ କରାଯାଇଛି। ପ୍ରକାଶ ଯେ, ୨୦୧୮ ଏପ୍ରିଲ ୧୮ ରେ ଆଳୁ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଇଥିଲେ। ପୀଡିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଦେଢ଼ ବର୍ଷ ପରେ ବୁଧବାର ବିଳମ୍ବିତ ରାତିରେ ଆଳୁ ଭୁବନେଶ୍ୱରରେ ରହି ବିଏମ୍ସିର ଗାଡି ଚଲାଉଥିବା ଜାଣିବାକୁ ପାଇଥିଲା। ପୋଲିସର ଏକ ଟିମ୍ ଗୁରୁବାର ସକାଳେ ଭୁବନେଶ୍ୱରରେ ପହଞ୍ଚି ନାବାଳିକା ଅପହରଣ ଓ ବଳାତ୍କାର ଅଭିଯୋଗରେ ଆଳୁଙ୍କୁ ଗିରଫ କରିଥିଲା। ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ମଧ୍ୟ ସେଠାରୁ ଉଦ୍ଧାର କରିଥିଲା ବୋଲି ସୂଚନା ଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


