ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା ସୃଷ୍ଟି ହୋଇଥିଲା। ବିଭିନ୍ନ ସ୍ଥାନରେ ଶହ ଶହ କୁଇଣ୍ଟାଲ ଧାନ ରାସ୍ତା ଉପରେ ରଖି ଚାଷୀ ନେତାମାନେ ବିକ୍ଷୋଭ କରିଥିଲେ। ରାଜଧାନୀରେ ମଧ୍ୟ ଗୁରୁବାର ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବିରୋଧ କରି ସଂଗଠନର କର୍ମକର୍ତ୍ତା ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଏପରିକି ପାର୍ଲାମେଣ୍ଟରେ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ ଭାଜପା ଏମପି ସୁରେଶ ପୂଜାରୀ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ ପରିସ୍ଥିତିକୁ ଶାନ୍ତ କରିବା ଲାଗି ଭଟଲି ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଏବଂ ରେଢାଖୋଲ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ଉପସଚେତକ ରୋହିତ ପୂଜାରୀ ଚାଷୀ ନେତାମାନଙ୍କୁ ବୁଝାଶୁଝା କରି ଆନ୍ଦୋଳନ ବନ୍ଦ କରିବାରେ ସଫଳ ହୋଇଛନ୍ତି। ଟୋକନ ବ୍ୟବସ୍ଥା ରହିବ। ଟୋକନ ପାଇ ନ ଥିବା ଚାଷୀଙ୍କଠାରୁ ମଧ୍ୟ ସମସ୍ତ ଧାନ କିଣାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ମନ୍ତ୍ରୀଙ୍କ ମୌଖିକ ପ୍ରତିଶ୍ରୁତି ପରେ ଚାଷୀମାନେ ଆନ୍ଦୋଳନରୁ ଓହରିଛନ୍ତି। ଗତ ୫ ଦିନ ଧରି ଲାଗି ରହିଥିବା ଅଚଳାବସ୍ଥା ଦୂର ହୋଇଛି।
ଅପରପକ୍ଷେ ଚାଷୀ ଆନ୍ଦୋଳନ ଓ ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ଗୁରୁବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା ଏବଂ ଦଳର ଅନ୍ୟ ସଦସ୍ୟମାନେ ପ୍ରବଳ ହୋହଲ୍ଲା କରିଥିଲେ। ପ୍ରଶ୍ନକାଳ ବାତିଲ କରି ପ୍ରଥମେ ଚାଷୀଙ୍କ ସମସ୍ୟା ବିଷୟରେ ଆଲୋଚନା କରାଯାଉ ବୋଲି କଂଗ୍ରେସ ସଦସ୍ୟମାନେ ଦାବି କରିଥିଲେ। ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିବା ସହ ବାଚସ୍ପତିଙ୍କ ପୋଡିୟମ ଉପରକୁ ଉଠିବା ପାଇଁ ଚେଷ୍ଟା କରିଥିଲେ। ବାଚସ୍ପତି କଂଗ୍ରେସ ସଦସ୍ୟମାନଙ୍କୁ ଗୃହକାର୍ଯ୍ୟରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ସଦସ୍ୟଙ୍କ ହଟ୍ଟଗୋଳରେ ବିଧାନସଭା ପ୍ରକମ୍ପିତ ହୋଇଥିଲା। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଗୃହକୁ ୧୦ ଟା ୩୧ମିନିଟ୍‌ରୁ ୧୧ ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୧ ଟା ୩୦ରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା ଓ କଂଗ୍ରେସର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ମାଡ଼ି ଆସି ପ୍ରବଳ ହୋ ହଲ୍ଲା କରିଥିଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ଗୃହକାର୍ଯ୍ୟକୁ ସ୍ବାଭାବିକ କରିବା ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ବୈଠକରେ ଯୋଗଦେବା ଲାଗି ବାଚସ୍ପତି ଅନୁରୋଧ କରିଥିଲେ। ୧୧ ଟା ୩୧ମିନିଟରୁ ଗୃହକୁ ୧୨ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା। ବୈଠକ ଶେଷ ନ ହେବାରୁ ପୁଣି ୧୨ଟା ୩୦ ମିନିଟରୁ ୧୨ଟା ୪୦ ମିନିଟ ଯାଏ ଗୃହ କାର୍ଯ୍ୟ ମୁଲତବୀ ଘୋଷଣା କରାଯାଇଥିଲା। ୧୨ଟା ୪୦ ମିନିଟରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ସର୍ବଦଳୀୟ ବୈଠକରେ କୌଣସି ନିର୍ଯାସ ବାହାରି ପାରିଲା ନାହିଁ। ତେବେ ଭାଜପା ସଦସ୍ୟମାନେ ପୁଣି ଗୃହର ମଧ୍ୟ ଭାଗକୁ ଆସି ପାଟିତୁଣ୍ଡ କରିବାରୁ ୧୨ଟା ୪୦ରୁ ଅପରାହ୍ନ ୩ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ଅପରାହ୍ନ ୩ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ବିରୋଧୀ ଦଳ ନେତା ପ୍ରଦୀପ୍ତ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହଙ୍କୁ କହିବାକୁ ସୁଯୋଗ ଦେଇଥିଲେ। ଗୃହ କାର୍ଯ୍ୟ ସ୍ବାଭାବିକ ନ ହେବାରୁ ବାଚସ୍ପତି ୩ଟା ୨୪ରୁ ଗୃହକୁ ୧ ଘଣ୍ଟା ପାଇଁ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନ ୫ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ପୁଣି ବିରୋଧୀ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଖର୍ଚ୍ଚ ଦାବିକୁ ପାରିତ କରି ଗୃହକୁ ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri