ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା ଯୋଗୁ ରୋଗୀଙ୍କୁ ନେଇ ଆସୁଥିବା ଗାଡି ଏବଂ ଆମ୍ବୁଲାନ୍ସଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରବେଶ ଏବଂ ପ୍ରସ୍ଥାନ ଦ୍ୱାର ମଝିରେ ରହିଥିବା ସ୍ଥାନ ତଥା କାଓକ୍ୟାଚର ଉପରେ ୨ଟି ଅଟୋରିକ୍ସା ନିୟମିତଭାବେ ପାର୍କିଂ ହୋଇରହୁଛି। ମେଡିକାଲର ସିକ୍ୟୁରିଟି ଗାର୍ଡଙ୍କୁ ଅଟୋରିକ୍ସା ଦ୍ୱୟର ଚାଳକ ନାଲିଆଖି ଦେଖାଉଥିବା ଶୁଣିବାକୁ ମିଳୁଛି। କେବଳ ଏହି ସ୍ଥାନ ନୁହେଁ, କିଛି ଅଟୋ ଏହି ଚିକିତ୍ସାଳୟର କ୍ୟାମ୍ପସ ମଧ୍ୟରେ ପାର୍କିଂ ହେଉଥିବାବେଳେ ମେଡିକାଲ ଛକରୁ ମହିଳା କଲେଜ ଛକର ଏକମୁଖି ମାର୍ଗକୁ ଅଟୋରିକ୍ସାଗୁଡିକ ପାର୍କିଂ ପାଇଁ ବ୍ୟବହାର କରୁଛନ୍ତି। ମେଡିକାଲ ଗେଟ୍‌ ସମ୍ମୁଖରେ ରହିଥିବା ସ୍ଥାନରେ ଅଟୋ ପାର୍କିଂ ସହିତ ଗେଟ୍‌ ପାର୍ଶ୍ୱରେ କିଛି ବ୍ୟବସାୟ ପ୍ରତିଷ୍ଠାନ ଖୋଲିବା ଯୋଗୁ ମେଡିକାଲ ଭିତରୁ ବାଇକରେ ବାହାରକୁ ଆସୁଥିବା ଚାଳକ କୁସୁମା ଦିଗରୁ ଆସୁଥିବା ଗାଡିଗୁଡିକୁ ଭଲ ଭାବେ ଦେଖି ନ ପାରି ବେଳେ ବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri